କଳାହାଣ୍ଡି:(ନ୍ୟୁଜଗ୍ୟାଲେରି) ଭବାନୀପାଟଣା, ଆସନ୍ତା ୨୨ ତାରିଖରେ କଳାହାଣ୍ଡି ଆସୁଛନ୍ତି ଭାରତୀୟ ଜନତା ପାର୍ଟି ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଏନେଇ ଭାରତୀୟ ଜନତା ପାର୍ଟି କଳାହାଣ୍ଡି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଭବାନୀପାଟଣା ସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଖେଳ ପଡିଆ ଠାରେ ବ୍ୟାପକ ଆୟୋଜନ ଆରମ୍ଭ ହୋଇଯାଇଛି ।
ଏଠାରେ ହେବାକୁଥିବା ମହା ଜନସମ୍ପର୍କ ଅଭିଯାନ କାର୍ଯ୍ୟକ୍ରମରେ ସାମିଲ ହେବେ ଜେପି ନଡ୍ଡା । ଏହି କାର୍ଯ୍ୟକ୍ରମରେ ମୋଦୀ ସରକାରଙ୍କ ୯ ବର୍ଷ ର ସଫଳତାର ବାର୍ତ୍ତା ଜଣାଇବା ସହିତ ମୋଦୀ ଙ୍କ ସେବା,ସୁରକ୍ଷ, ସୁଶାସନ, ଜନହିତକର କାର୍ଯ୍ୟାକଳାପ ଏହା ସହ ଦଳୀୟ କର୍ମୀ ଓ ନେତାଙ୍କ ସହ ଆସନ୍ତା ସାଧାରଣ ନିର୍ବାଚନ ସମ୍ପର୍କରେ ମଧ୍ୟ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ନଡ୍ଡା ଙ୍କ ଗସ୍ତ ପୂର୍ବରୁ ଭାରତୀୟ ଜନତା ପାର୍ଟି ରାଜ୍ୟ ପ୍ରଭାରୀ ଡ଼ି ପୁରୁନ୍ଦେଶ୍ୱରୀ କଳାହାଣ୍ଡି ଗସ୍ତ କରି ଜିଲ୍ଲା ଭାଜପା ନେତା ଓ କର୍ମୀଙ୍କ ସହ ଆଲୋଚନା କରି ଫେରିଯାଇଛନ୍ତି ।
ଆଗକୁ ୨୦୨୪ ସାଧାରଣ ନିର୍ବାଚନ ଥିବାରୁ ନଡ୍ଡାଙ୍କ କଳାହାଣ୍ଡି ଗସ୍ତ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ଦଳୀୟ କର୍ମୀ ମହଲରେ ବେଶ ଚର୍ଚ୍ଚା ଚାଲିଛି । ଏହି କାର୍ଯ୍ୟକ୍ରମରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ରାଜ୍ୟ ପ୍ରଭାରୀ ଡ଼ି ପୁରୁନ୍ଦେଶ୍ୱରୀ, ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ସଦର ବିଧାୟକ ପ୍ରଦୀପ୍ତ କୁମାର ନାଏକ ପ୍ରମୁଖ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି ବୋଲି ବିଜେପି ଜିଲ୍ଲା ସଭାପତି ଦେବେନ୍ଦ୍ର ମହାନ୍ତି ଆଜି ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

