କଳାହାଣ୍ଡି: ପୁରୀ, ଗଜପତି ମହାରାଜ ଦିବ୍ୟସିଂହ ଦେବ ହାତରେ ସୁବର୍ଣ୍ଣ ଖଡ଼ିକା ଧରି ଛେରାପହଁରା କରୁଛନ୍ତି। ସାଢ଼େ ୩ଟା ସୁଦ୍ଧା ଛେରା ପହଁରା ଶେଷ ହେବ। ଏହାପରେ ଚାରମାଳ ଫିଟା, ଘୋଡ଼ା ଓ ସାରଥି ଲାଗି ୩ଟାରୁ ୪ଟା ଭିତରେ ଶେଷ ହେବ। ଅପରାହ୍ନ ୪ଟାରୁ ରଥଟଣା ଆରମ୍ଭ ହେବ। ଏଣେ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ତିନି ରଥ ପହଞ୍ଚିବା ପରେ ରଥ ଉପରେ ନୀତିକାନ୍ତି ଅନୁଷ୍ଠିତ ହେବ। ପରଦିନ ଶ୍ରୀଜିଉଙ୍କ ଶ୍ରୀଗୁଣ୍ଡିଚା ପହଣ୍ଡି ବିଜେ ନୀତି ଅନୁଷ୍ଠିତ ହେବ।
ଉଲ୍ଲେଖଯୋଗ୍ୟ, ଆଜି ସକାଳୁ ଶ୍ରୀମନ୍ଦିରରେ ନୀତିକାନ୍ତି ଆରମ୍ଭ ହୋଇଥିଲା। ପହଣ୍ଡି ପରେ ତିନି ରଥରେ ବିଜେ ହୋଇଥିଲେ ଚତୁର୍ଦ୍ଧାମୂର୍ତ୍ତି। ଆଜି ସକାଳ ପ୍ରାୟ ୯ଟା ବେଳେ ପ୍ରଥମେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ତାପରେ ଶ୍ରୀବଳଦେବଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଏହାପରେ ମାତା ସୁଭଦ୍ରାଙ୍କର ଏବଂ ଶେଷରେ କାଳିଆ ଠାକୁରଙ୍କର ପହଣ୍ଡିବିଜେ ହୋଇଥିଲା। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ବେଳେ ହୁଳହୁଳି, ହରିବୋଲ ଡାକ ସହ ଘଣ୍ଟଘଣ୍ଟା ଧ୍ୱନି ଓ ମର୍ଦ୍ଦଳା, ତୂରୀଭେରୀ ନାଦରେ ସିଂହଦ୍ୱାର ଅଞ୍ଚଳ ପ୍ରକମ୍ପିତ ହୋଇଉଠିଥିଲା। ଗହଳି ଲଗେଇ ଆସିଛନ୍ତି ମହାପ୍ରଭୁା ଟାହିଆ ହଲେଇ ଆସିଥିଲେ କାଳିଆ ଗୋସାଇଁ।କାଳିଆ ଠାକୁରଙ୍କ ପହଣ୍ଡି ସରିବା ପରେ ତିନି ରଥରେ ଶୋଭା ପାଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଚତୁର୍ଦ୍ଧାମୂର୍ତ୍ତିଙ୍କୁ ରଥାରୂଢ ହେବା ପରେ ପରିବେଶ ଆହୁରି ଭକ୍ତିମୟ ହୋଇଛି। ଏବେ ଭକ୍ତମାନେ ମହାପ୍ରଭୁଙ୍କ ଛେରାପହଁରା ଓ ରଥଟଣାକୁ ଧୈର୍ଯ୍ୟର ସହ ଅପେକ୍ଷା କରିଛନ୍ତି। ଆଜି ରଥଯାତ୍ରାରେ ପୁରୀରେ ୧୦ ଲକ୍ଷ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଥିବା କୁହାଯାଉଛି।
Latest entries
ଜିଲ୍ଲା ଖବରApril 6, 2026ଓଡ଼ିଆ ପକ୍ଷ ପାଳନ ଅବସରରେ ଏୈତିହ ଗଣଦୌଡ
ଜିଲ୍ଲା ଖବରApril 6, 2026କଳାହାଣ୍ଡିର ଅଭିଳାଷ ଆଇଆଇଏମ୍ ଟପ୍ପର
ଜିଲ୍ଲା ଖବରApril 5, 2026ଓଡ଼ିଆ ନାମ ଫଳକ ଅଭିଯାନ ଓ ସଚେତନତା ପଦଯାତ୍ରା
ଜିଲ୍ଲା ଖବରApril 3, 2026କଳାହାଣ୍ଡି ଓକିଲ ସଙ୍ଘ ର ନବ ନିର୍ବାଚିତ କର୍ମକର୍ତା ମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

