କଳାହାଣ୍ଡି:(ନ୍ୟୁଜଗ୍ୟାଲେରି) ଭାରତୀୟ ଜନତା ପାର୍ଟି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା କଳାହାଣ୍ଡି ଜିଲ୍ଲା ପହଁଚିବା ପରେ ଇଷ୍ଟଦେବୀ ମା ମାଣିକେଶ୍ବରୀଙ୍କ ଦର୍ଶନ କରିବାପରେ ଭବାନୀପାଟଣା ସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ ଠାରେ ଆୟୋଜିତ ଭାରତୀୟ ଜନତା ପାର୍ଟିର ‘ମହା ଜନସମ୍ପର୍କ ଅଭିଯାନ’ରେ ସାମିଲ ହୋଇଥିଲେ ।
ଭାରତୀୟ ଜନତା ପାର୍ଟି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ସଭାରେ ଉପସ୍ଥିତ ବିଶାଳ ଜନସମୁଦାୟକୁ ସମ୍ବୋଧିତ କରି ସେ ମୋଦୀ ସରକାରଙ୍କ ୯ ବର୍ଷର ସଫଳତାର କାହାଣୀ ଓ ରିପୋର୍ଟ କାର୍ଡ ପ୍ରଦାନ କରିଥିଲେ ।ପ୍ରଥମେ ବାହାନଗା ରେଳ ଦୁର୍ଘଟଣାରେ ମୃତକମାନଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରି ନିଜ ଅଭିଭାଷଣ ଆରମ୍ଭ କରିଥିଲେ । ୧୧ କୋଟି ଲୋକଙ୍କୁ ଆୟୁଷ୍ମାନ ଯୋଜନା ସୁଫଳ ମିଳିଛି । କିନ୍ତୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଲାଗୁ କରୁନାହାନ୍ତି । ଓଡ଼ିଶା ଲୋକଙ୍କୁ ଆୟୁଷ୍ମାନ ଭାରତ ଯୋଜନାରୁ ବଞ୍ଚିତ କରାଯାଉଛି ବୋଲି କହିଛନ୍ତି ଜେ ପି ନଡ୍ଡା । ଓଡ଼ିଶାର ୩.୫ କୋଟି ଲୋକଙ୍କୁ ମୋଦୀ ସରକାର ରାସନ ଦେଉଛନ୍ତି ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ସେ ବିଜେଡିସରକାରଙ୍କୁ ସିଧା ନିଶାନା କରିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀଙ୍କୁ ଘର ମିଳୁନି ଯେଉଁମାନେ ପ୍ରକୃତ ହିତାଧିକାରୀ ସେମାନେ ଘର ପାଉ ନାହାନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସିଧା ଟାର୍ଗେଟ କରିଛନ୍ତି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା କହିଛନ୍ତି । ଏହାସହ ବିଭିନ୍ନ ପ୍ରସଙ୍ଗରେ ସେ ବିଜେଡ଼ି ଓ କଂଗ୍ରେସକୁ ସମାଲୋଚନା କରିଛନ୍ତି ।ସଭାରେ ଭାରତୀୟ ଜନତା ପାର୍ଟି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ସହ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜନ୍ତ ପାଣ୍ଡ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,ବିଶେଶ୍ୱର ଟୁଡୁ, ବିଜେପିର ଓଡ଼ିଶା ପ୍ରଭାରୀ ଡି.ପୁରୁନ୍ଦେଶ୍ୱରୀ, ରାଜ୍ୟ ସଭାପତି ମନମୋହନ ସାମଲ,କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା, ସଦର ବିଧାୟକ ପ୍ରଦୀପ୍ତ କୁମାର ନାଏକ,ଜିଲ୍ଲା ସଭାପତି ଦେବେନ୍ଦ୍ର ମହାନ୍ତି ପ୍ରମୁଖ ଉପସ୍ଥିତ ରହିଥିଲେ । ରାଷ୍ଟ୍ରୀୟ ଅଧ୍ୟକ୍ଷ ମହା ଜନସମ୍ପର୍କ ଅଭିଯାନରେ ଯୋଗ ଦେଇଥିବାରୁ କଳାହାଣ୍ଡି ଭାରତୀୟ ଜନତା ପାର୍ଟି କାର୍ଯ୍ୟକର୍ତ୍ତା ଓ କର୍ମୀମାନେ ଉପସ୍ଥିତ ରହି ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ।
Latest entries
ଜିଲ୍ଲା ଖବରJuly 21, 2026ସୋନମ ୱାଞ୍ଚୁଙ୍କ ସମର୍ଥନରେ ‘ଦ ୟୁଥ ଅଫ କଳାହାଣ୍ଡି’ ପକ୍ଷରୁ ୧୨ ଘଣ୍ଟିଆ ଉପବାସ ସତ୍ୟାଗ୍ରହ
ଜିଲ୍ଲା ଖବରJuly 14, 2026ସାତ ଦିନ ମଧ୍ୟରେ ସମସ୍ତ ବକେୟା ଅଭିଯୋଗର ନିଷ୍ପତ୍ତି କରିବାକୁ ଜିଲ୍ଲାପାଳ ଙ୍କ କଡ଼ା ନିର୍ଦ୍ଦେଶ
ଜିଲ୍ଲା ଖବରJuly 4, 2026ଜୁଆ ଖେଳୁଥିବା ବେଳେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ
ଜିଲ୍ଲା ଖବରJune 27, 2026ଅନ୍ତର୍ଜାତୀୟ ନିଶା ନିବାରଣ ଏବଂ ଅବୋଧ ଚାଲାଣ ନିଷିଦ୍ଧ ଦିବସ ପାଳିତ

