କଳାହାଣ୍ଡି:(ନ୍ୟୁଜଗ୍ୟାଲେରି) ଭବାନୀପାଟଣା, ଜିଲ୍ଲାସଦର ମହକୁମା ଭବାନୀପାଟଣା ଠାରେ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ଏବଂ ଜିଲ୍ଲା ଅବକାରୀ ବିଭାଗ ମିଳିତ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜତୀୟ ନିଶା ବ୍ୟବହାର ଓ ଅବୈଧ ଚାଲାଣ ନିଷିଦ୍ଧ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ସଚେତନ ଶୋଭାଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା
ଏହାକୁ ଅତିରିକ୍ତ ଜଲ୍ଲାପାଳ ସୁବ୍ରତ କୁମାର ନାୟକ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି ଶୋଭାଯାତ୍ରାକୁ ଜିଲ୍ଲା ଅବକାରୀ ଅଧିକ୍ଷକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଉପଖଣ୍ଡ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରି , ଜିଲ୍ଲା ଭିନ୍ନକ୍ଷମ ପୁନର୍ବାସ ଅଧିକାରୀ, ପ୍ରଜାପତି ବ୍ରହ୍ମକୁମାରୀ ଆଶ୍ରମ କର୍ମକର୍ତ୍ତା, ବିଭିନ୍ନ ସ୍କୁଲ ଓ କଲେଜ ରୁ ଆସିଥିବା ଛାତ୍ରଛାତ୍ରୀ, ଏନ୍ ସି ସି,ସ୍କାଉଟ୍ ,ଶିକ୍ଷକ,ଶିକ୍ଷୟତ୍ରୀ ଏବଂ ସାଧାରଣ ଜନତା ସାମିଲ ହୋଇଥିଲେ। ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ଠାରେ ପୁରସ୍କାର ବିତରଣୀ ଏବଂ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା।
ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଅତିରିକ୍ତ ଜିଲ୍ଲାପାଳ ସୁବ୍ରତ କୁମାର ନାୟକ,ଜିଲ୍ଲା ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାଏକ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ମନୋଜ କୁମାର ବେହେରା, କଳାହାଣ୍ଡି ବିଶ୍ଵବିଦ୍ୟାଲୟ ର ଛାତ୍ର ଛାତ୍ରୀ ଏହି ଦିବସ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା (ପ୍ରବନ୍ଧ/ତର୍କ/ସାଧାରଣ ଜ୍ଞାନ)ଅନୁଷ୍ଠିତ ହୋଇଥିଲା ଉତିର୍ଣ୍ଣ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲ ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

