ନ୍ୟୁଜଗ୍ୟାଲେରି,ଭବାନୀପାଟଣା:- ଓଡିଶା ସାହିତ୍ୟ ଏକାଡେମୀର ସ୍ଵନକ୍ଷତ୍ର ଦିବସ ଜୁଲାଇ ୨୫ ତାରିଖରେ ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ଅନୁଷ୍ଠିତ ହେବ। ସ୍ଵନକ୍ଷତ୍ର ଦିବସ ଉପଲକ୍ଷେ ଛାତ୍ର ଛାତ୍ରୀଙ୍କ ମଧ୍ୟରେ ଏକାଡେମୀ ପକ୍ଷରୁ ରାଜ୍ୟର ସମସ୍ତ ଜିଲ୍ଲାରେ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ଆୟୋଜନ କରାଯାଉଛି। ଏହି କ୍ରମରେ ଆଜି ଭବାନୀପାଟଣା ସ୍ଥିତ ବ୍ରଜମୋହନ ହାଇସ୍କୁଲ ଠାରେ କନିଷ୍ଠ ଓ ବରିଷ୍ଠ ବର୍ଗରେ ପ୍ରବନ୍ଧ, ବକ୍ତୃତା, କବିତା ଅବୃତି ଓ ସାଧାରଣ ଜ୍ଞ୍ୟାନ ଏବଂ ଇଂରାଜୀ ରୁ ଓଡ଼ିଆ ଅନୁବାଦ କଳାହାଣ୍ଡି ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।
ଏହି କାର୍ଯ୍ୟକ୍ରମ ରେ ସାହିତ୍ୟ ଏକାଡେମୀ ସଦସ୍ୟ ସତ୍ୟ ନାରାୟଣ ମହାପାତ୍ର, ଜିଲ୍ଲା ସଂସ୍କୃତି ଅଧିକାରୀ ଅର୍ପିତା ବେହେରା, ଜିଲ୍ଲା ବିଜ୍ଞାନ ପରିଦର୍ଶକ ଦୁଷ୍ମନ୍ତ ଶେଖର ପାଢ଼ୀ ଓ ଜନତା ହାଇସ୍କୁଲର ପ୍ରଧାନ ଶିକ୍ଷକ ପ୍ରକାଶ ନିଶଙ୍କ ଅତିଥି ଭାବରେ ଯୋଗଦେଇ କୃତି ଛାତ୍ରଛାତ୍ରୀ ଙ୍କୁ ପୁରସ୍କୃତ କରିଥିଲେ। ଉଭୟ ବର୍ଗର ଚାରି ଗୋଟି ବିଭାଗରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ର ଛାତ୍ରୀ ମାନେ ଭୁବନେଶ୍ବର ଠାରେ ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ଆସନ୍ତା ୯ ତାରିଖରେ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ।
Latest entries
ଜିଲ୍ଲା ଖବରOctober 26, 2026ଅଧିକାରୀଙ୍କୁ ସାଧୁତାର ଶପଥ ପାଠ କରାଇଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 22, 2026ପ୍ରେମୀ ଯୁଗଳ ମୃତ ଶବ ଉଦ୍ଧାର ,ହତ୍ୟା ସନ୍ଦେହ
ଜିଲ୍ଲା ଖବରOctober 22, 2026ଜିଲ୍ଲା ସ୍ତରୀୟ କଳାକାର ଚୟନ ପ୍ରକ୍ରିୟା ଆରମ୍ଭ
ଜିଲ୍ଲା ଖବରOctober 21, 2026ଦୁଆରସୁନି ଦୁର୍ଗାପୂଜା କମିଟି ପକ୍ଷରୁ ନୃତ୍ୟ ପ୍ରତିଯୋଗିତା ଓ ପ୍ରତିଭାବାନ ବ୍ୟକ୍ତିତ୍ୱଙ୍କୁ ସମ୍ବର୍ଦ୍ଧନା

