ନ୍ୟୁଜଗ୍ୟାଲେରି,ଅନୁଗୁଳ: ଅନୁଗୁଳ ଜିଲ୍ଲା ଜାମୁଣ୍ଡା ଗାଁରେ ଆଜି ଏକ ଅଭାବନୀୟ ଅଘଟଣ ଘଟିଛି। ଚାଷ ଜମିରେ ଟ୍ରାକ୍ଟର ସାହାଯ୍ୟରେ ଚାଷ କରୁଥିବା ବେଳେ ଅସାବଧାନତା ଯୋଗୁଁ ଖୋଲା କୂଅ ଭିତରକୁ ଟ୍ରାକ୍ଟର ମାଡ଼ିଯାଇଛି। ଏହି ଦୁର୍ଘଟଣା ଯୋଗୁଁ ଟ୍ରକ୍ଟର ଚାଳକଙ୍କ ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତି ହେଲେ ପୂର୍ଣ୍ଣଚନ୍ଦ୍ର ବେହେରା (୩୦) ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲା ନିଶା ଥାନା ଅନ୍ତର୍ଗତ ଜାମୁଣ୍ଡା ଗ୍ରାମରେ ଓଡ଼କପା ଗାଁର ପୂର୍ଣ୍ଣଚନ୍ଦ୍ର ବେହେରା ଟ୍ରାକ୍ଟର ସାହାଯ୍ୟରେ ବିଲରେ ଚାଷ କରୁଥିଲେ। ଚାଷ ଜମି ପାଖକୁ ଲାଗି ଏକ ମୁକୁଳା ଗଭୀର କୂଅ ଥିବା ବିଷୟରେ ସେ ଜାଣି ନଥିଲେ। ନିଜର ଅସାବଧାନତା ଯୋଗୁଁ ଟ୍ରାକ୍ଟର ସହିତ ସେ କୂଅ ଭିତରେ ଖସି ପଡ଼ିଥିଲେ। ଖବର ପାଇ ଅନୁଗୁଳ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଟ୍ରାକ୍ଟର ସମେତ ଚାଳକଙ୍କୁ ଉଦ୍ଧାର କରିଥିଲେ। କିନ୍ତୁ ସେତେବେଳକୁ ଚାଳକଙ୍କ ମୃତ୍ୟୁ ହୋଇ ସାରିଥିଲା।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

