Hemant Kumar Ray
Editor, News Gallery Mob: 9439506580 Email: newsgallery.in@gmail.com
ବୈଠକରେ ଅତିରିକ୍ତ ଜିଲ୍ଲାପାଳ, ସମସ୍ତ ବ୍ଲକ୍ ଅଧ୍ୟକ୍ଷ,ସରପଞ୍ଚ, ଜୁନାଗଡ,କେସିଙ୍ଗା,ଧର୍ମଗଡ ଏନ୍ ଏ ସି ଅଧ୍ୟକ୍ଷ, ଭବାନୀପାଟଣା ପୌରପାଳିକା ଅଧ୍ୟକ୍ଷା, ଏନ୍ ଜି ଓ କର୍ମକର୍ତ୍ତା ଓ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ପ୍ରଥମେ ଜିଲ୍ଲାପାଳ କଳାହାଣ୍ଡି “ଦିଶା” ବୈଠକରେ ଉପସ୍ଥିତ ସମସ୍ତଙ୍କୁ ସ୍ଵାଗତ କରି ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା କେନ୍ଦ୍ର ଯୋଜନା ଓ ରାଜ୍ୟ ଯୋଜନା ର ସଫଳ ରୂପାୟନ ଉପରେ ଗୁରୁତ୍ବ ଦେଇ ଜନ ପ୍ରତିନିଧି ଏବଂ ସଭା ଅଧ୍ୟକ୍ଷ ଙ୍କ ଉପସ୍ଥାପିତରେ ବିଭିନ୍ନ ପ୍ରଶ୍ନ ଅଭିଯୋଗ ଉପରେ ସଠିକ୍ ମତ ରଖିବାକୁ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀଙ୍କୁ କହିଥିଲେ। ଦିଶା ଅଧ୍ୟକ୍ଷ କେନ୍ଦ୍ରୀୟ ଅନୁଦାନ ଓ ଖର୍ଚ୍ଚ ର ମୂଲ୍ୟାଙ୍କନ, ବିଭିନ୍ନ ସ୍କିମ୍ ର ସଫଳତା ଓ ବିଫଳତା, ଲକ୍ଷ୍ୟ ଧାର୍ଯ୍ୟ ବିଫଳତା ର କାରଣ ଓ ତର୍ଜମା ଉପରେ ଆଲୋଚନା କରିବାପାଇଁ କହିବା ସହ ଏଜେଣ୍ଡା ପାଠ କରିବାକୁ ସଂପୃକ୍ତ ଅଧିକାରୀଙ୍କୁ କହିଥିଲେ।ଅତିରିକ୍ତ ଉନ୍ନୟନ ଅଧିକାରୀ, ଜିଲ୍ଲା ପରିଷଦ ଦର୍ୱାନ୍ ଏଯେଣ୍ଡା ଅନୁଯାୟୀ ଅନୁପାଳନ ବିବରଣୀ ପାଠ କରିଥିଲେ।ବୈଠକରେ ସାଂସଦ ବସନ୍ତ ପଣ୍ଡା କେନ୍ଦ୍ରୀୟ ସ୍କିମ୍ ମନରେଗା,ଦିନ ଦୟାଲ ଅନ୍ତୋଦୟ ଯୋଜନା,ଦିନ ଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଳ,ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା, ଏନ୍ ଏସ୍ ଏ ପି,ପ୍ରଧାନମନ୍ତ୍ରୀ ଆବାସ ଯୋଜନା ( ଗ୍ରାମୀଣ ଓ ସହର),ଜାତୀୟ ପାନୀୟ ଜଳ ଯୋଜନା,ପ୍ରଧାନମନ୍ତ୍ରୀ କୃଷି ସିଚାଇ ଯୋଜନା,ସ୍ୱଚ୍ଛ ଭାରତ ମିଶନ, ଦିନ୍ ଦୟାଲ ଉପାଧାୟ ଗ୍ରାମ୍ୟ ଜ୍ୟୋତି ଯୋଜନା,ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ଏନ୍ ଏଚ ଏମ, ଆଇ ସି ଡ଼ି ଏସ୍, ମଧ୍ୟାହ୍ନ ଭୋଜନ,ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଲା ଯୋଜନା,କୃଷି ସ୍ବାସ୍ଥ୍ୟ କାର୍ଡ,କୌଶଳ ବିକାଶ ଯୋଜନା, ଜନ ସେବା କେନ୍ଦ୍ର,ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା, ଟେଲିକମ , ରେଲୱେ ସମ୍ପର୍କିତ ଜିଲ୍ଲା ସ୍ତରରେ ବିଭିନ୍ନ ବିଭାଗ ଦ୍ଵାରା କରାଯାଉଥିବା ଏହି ଉପରୋକ୍ତ ସ୍କିମ୍ ରେ ଲାଭ ପାଉଥିବା ହିତାଧିକାରୀ, ସ୍କିମ୍ ର ଅଗ୍ରଗତି,ସଫଳତା, ଲକ୍ଷ୍ୟ ଧାର୍ଯ୍ୟ ପୂରଣ ଉପରେ ସମୀକ୍ଷା କରିଥିଲେ। ଜୁନାଗଡ ବିଧାୟକ ଜିଲ୍ଲାରେ ଏହି ଯୋଜନା ର ସଫଳତା ହାସଲ ପାଇଁ ସମସ୍ତ ପଞ୍ଚାୟତ ସମିତି ଅଧ୍ୟକ୍ଷ,ସରପଞ୍ଚ ଓ ଜନ ପ୍ରତିନିଧି ନିଜ ଅଞ୍ଚଳର ବିକାଶ ପାଇଁ ଆଗଭର ହୋଇ ବିଭାଗୀୟ ଅଧିକାରୀଙ୍କୁ ଲକ୍ଷ୍ୟ ଧାର୍ଯ୍ୟ ପୂରଣ ପାଇଁ ସମ୍ୟନ୍ନୟ ରଖିବାକୁ କହିଥିଲେ ।
Editor, News Gallery Mob: 9439506580 Email: newsgallery.in@gmail.com
