ନ୍ୟୁଜଗ୍ୟାଲେରି,କଳାହାଣ୍ଡି: ନର୍ଲା ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ଡ.ବିଶ୍ୱଜିତ୍ ଦାସ, ଅତିରିକ୍ତ ଏସ ପି. ଆନନ୍ଦ ପ୍ରସାଦ ଗୁରୁ, ବ୍ଲକ୍ ଅଧ୍ୟକ୍ଷ ମନୋରମା ମହାନ୍ତି,ବି ଡି ଓ ବାସନ୍ତୀ ସେଠୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ମୋଟ ୬୯ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୫୨ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୧ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୂଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୮ ଜଣଙ୍କୁ ମୋଟ ୨୧୦୦୦/-ଟଙ୍କା ର ସହାୟତା ରାଶି ମଞ୍ଜୁର କରଯାଇଥିଲା।
Latest entries
ଜିଲ୍ଲା ଖବରOctober 22, 2026ପ୍ରେମୀ ଯୁଗଳ ମୃତ ଶବ ଉଦ୍ଧାର ,ହତ୍ୟା ସନ୍ଦେହ
ଜିଲ୍ଲା ଖବରOctober 22, 2026ଜିଲ୍ଲା ସ୍ତରୀୟ କଳାକାର ଚୟନ ପ୍ରକ୍ରିୟା ଆରମ୍ଭ
ଜିଲ୍ଲା ଖବରOctober 21, 2026ଦୁଆରସୁନି ଦୁର୍ଗାପୂଜା କମିଟି ପକ୍ଷରୁ ନୃତ୍ୟ ପ୍ରତିଯୋଗିତା ଓ ପ୍ରତିଭାବାନ ବ୍ୟକ୍ତିତ୍ୱଙ୍କୁ ସମ୍ବର୍ଦ୍ଧନା
ଜିଲ୍ଲା ଖବରOctober 20, 2026ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମରେ ମହାସମାରୋହରେ ସମ୍ପନ୍ନ ହେଲା ପ୍ରସିଦ୍ଧ ଛତର ଯାତ୍ରା

