ନ୍ୟୁଜଗ୍ୟାଲେରି,କଳାହାଣ୍ଡି: ନର୍ଲା ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ଡ.ବିଶ୍ୱଜିତ୍ ଦାସ, ଅତିରିକ୍ତ ଏସ ପି. ଆନନ୍ଦ ପ୍ରସାଦ ଗୁରୁ, ବ୍ଲକ୍ ଅଧ୍ୟକ୍ଷ ମନୋରମା ମହାନ୍ତି,ବି ଡି ଓ ବାସନ୍ତୀ ସେଠୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ମୋଟ ୬୯ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୫୨ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୧ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୂଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୮ ଜଣଙ୍କୁ ମୋଟ ୨୧୦୦୦/-ଟଙ୍କା ର ସହାୟତା ରାଶି ମଞ୍ଜୁର କରଯାଇଥିଲା।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

