ନ୍ୟୁଜଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଢୁଷ ଗୁଡା ସ୍ଥିତ ରେତ୍ ନଦୀ ଡ୍ୟାମ୍ ଠାରେ ବୁଡ଼ି ଜଣେ କଲେଜ ଛାତ୍ର ନିଖୋଜ।ସୂଚନାଯୋଗ୍ୟ, ଭବାନୀପାଟଣା ସହରର ତିନିଜଣ କଲେଜ ଛାତ୍ର ଓ ଦୁଇଜଣ ଛାତ୍ରୀ ରେତ୍ ପ୍ରକଳ୍ପ ବୁଲିବାକୁ ଆସିଥିବାବେଳେ ପ୍ରକଳ୍ପର ନିଷିଦ୍ଧାଞ୍ଚଳ ପଟେ ଯାଇଥିବାବେଳେ ଜଣେ ଛାତ୍ର ଭବାନୀପାଟଣାର ସୁଦାମ ପଣ୍ଡାଙ୍କ ପୁଅ ସାଲୁ ପଣ୍ଡା ଅସାବଧାନତାବଶତଃ ପାଣିରେ ଖସି ବୁଡି ଯାଇଥିଲେ । ତାଙ୍କ ସାଙ୍ଗସାଥୀମାନେ ସାଲୁଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ ପାଣିର ଗଭୀରତା ଯୋଗୁଁ ଉଦ୍ଧାର କରିପାରିନଥିଲେ । ଘଟଣାସ୍ଥଳରେ ନର୍ଲା ଓ ଭବାନୀପାଟଣା ଅଗ୍ନିଶମ ବିଭାଗ ଉଦ୍ଧାର କାର୍ଯ୍ୟ ଜାରି ରଖିଥିବାବେଳେ ରାତି ହୋଇଯିବାରୁ ଉଦ୍ଧାର କାର୍ଯ୍ୟ ଅଧାରେ ଅଟକିଛି । ଘଟଣାସ୍ଥଳରେ ନର୍ଲା ତହସିଲଦାର ଶଙ୍କର ବାଗ, ନର୍ଲା ଥାନାଧିକାରୀ ଗଙ୍ଗାଧର ମେହେର ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟ ତଦାରଖ କରୁଥିଲେ । ତେବେ ରାତି ହୋଇଯିବାରୁ ଉଦ୍ଧାର କାର୍ଯ୍ୟକୁ ସ୍ଥଗିତ ରଖାଯାଇଛି । ଆସନ୍ତାକାଲି ପୁଣି ଥରେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରାଯିବ ଓ ଜିଲ୍ଲା ପ୍ରଶାସନର ହସ୍ତକ୍ଷେପ ପରେ ଓଡ୍ରାଫ ଟିମ୍ ଉଦ୍ଧାର କାର୍ଯ୍ୟରେ ସାମିଲ ହେବ ବୋଲି ଜଣାପଡ଼ିଛି । ଏଇ ଘଟଣାରେ ପୁଲିସ ଏକ ମାମଲା ରୁଜୁ କରି ସାଲୁଙ୍କ ସହିତ ଆସିଥିବା ଦୁଇ ଛାତ୍ର ଓ ଦୁଇଜଣ ଛାତ୍ରୀଙ୍କୁ ଅଟକ ରଖି ପଚରାଉଚୁରା କରୁଥିବା ଜଣାପଡ଼ିଛି ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

