ନ୍ୟୁଜଗ୍ୟାଲେରି,ଭୁବନେଶ୍ୱର: ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବା ବିଷୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଦ୍ୱାରା ରାଜ୍ୟର ୮୭୧୭ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାର ଉପକାର ପାଇବେ।
ସୂଚନାଯୋଗ୍ୟ ଯେ, ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଥିଲା । ବର୍ତ୍ତମାନ ଏହା ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ଦ୍ୱାରା ସାମ୍ବାଦିକ ଓ ତାଙ୍କ ପରିବାର ଉନ୍ନତ ଚିକିତ୍ସା ସେବା ପାଇ ପାରିବେ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

