ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ରେ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନ୍ୟୁଜଗ୍ୟାଲେରି,ଭୁବନେଶ୍ୱର: ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବା ବିଷୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଦ୍ୱାରା ରାଜ୍ୟର ୮୭୧୭ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାର ଉପକାର ପାଇବେ।
ସୂଚନାଯୋଗ୍ୟ ଯେ, ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଥିଲା । ବର୍ତ୍ତମାନ ଏହା ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ଦ୍ୱାରା ସାମ୍ବାଦିକ ଓ ତାଙ୍କ ପରିବାର ଉନ୍ନତ ଚିକିତ୍ସା ସେବା ପାଇ ପାରିବେ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି।

Hemant Kumar Ray
Editor, News Gallery
Mob: 9439506580
Email: newsgallery.in@gmail.com