ନ୍ୟୁଜଗ୍ୟାଲେରି,ଭବାନିପାଟଣା:- ଆସନ୍ତା ୭୭ ତମ ସ୍ବାଧିନତା ଦିବସ ପାଳନ ଉପଲକ୍ଷେ ସ୍ଥାନୀୟ ଜିଲ୍ଲପାଳଙ୍କ ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ସୁବ୍ରତ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆନନ୍ଦ କୁମାର ଗୁରୁ, ସି.ଡ଼ି.ଏମ୍.ଓ. ଡ଼ଃ. ଜି ସି ରାଉତ ଙ୍କ ସମେତ ଆମନ୍ତ୍ରିତ ବିଭିନ୍ନ ଶିକ୍ଷାନଷ୍ଠାନର କର୍ମକର୍ତ୍ତା, ଦିବସ ପାଳନ ସହ ସଂପୃକ୍ତ ବିଭାଗୀୟ ଅଧିକାରୀ, ବିଶିଷ୍ଟ ବ୍ୟକ୍ତି,ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା ତଥା ଗଣମାଧ୍ୟମ ପ୍ରତନିଧି ଉପସ୍ଥିତ ଥିଲେ ।
ଡି.ଆଇ.ପି.ଆର୍.ଓ ମନୋଜ କୁମାର ବେହେରା ଦିବସ ପାଳନର କାର୍ଯ୍ୟକ୍ରମ ବିବରଣୀ ପାଠ କରିଥିଲେ। ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ,ସରକାରୀ ଓ ବେସରକାରୀ ଅନୁଷ୍ଠାନ ମାନଙ୍କରେ ଜାତୀୟ ପତାକା ଉତ୍ତୋଳନ ଏବଂ ମୁଖ୍ୟ ଅତିଥିଙ୍କ ଦ୍ଵାରା ଜାତୀୟ ପତାକା ଉତ୍ତୋଳନ ସହ ଉଦବୋଧନ କାର୍ଯ୍ୟକ୍ରମ ରହିଛି । ସୁନ୍ଦର ଶିଶୁ ସ୍ୱାସ୍ଥ୍ୟ ଓ ଝୋଟି ପ୍ରତିଯୋଗିତା, ଜିଲ୍ଲାପାଳ ଏକାଦଶ ଓ ସାମ୍ବାଦିକ ଏକାଦଶ ମଧ୍ୟପ୍ରଦର୍ଶନୀ ଫୁଟବଲ ମ୍ୟାଚ୍ , ପିଇବା ପାଣି, ପ୍ରାଥମିକ ଚିକିତ୍ସା,ଆମ୍ବୁଲାନ୍ସ, କୋଠା ବାଡି ଆଲୋକ ସଜ୍ଜା, ସାଂସ୍କୃତିକ କାର୍ଯ୍ୟକ୍ରମ ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ରହିଛି।ଅତିରିକ୍ତ ଜିଲ୍ଲାପାଳ ସମସ୍ତ ଅଧିକାରୀ ଓ ଅନୁଷ୍ଠାନ ନିଜ ନିଜର ଦାୟିତ୍ଵ ଠିକ୍ ରୂପେ ତୁଲାଇବାକୁ କହିବା ସହ ସମସ୍ତଙ୍କ ସହଯୋଗ କାମନା କରି ଧନ୍ୟବାଦ୍ ଅର୍ପଣ କରିଥିଲେ ।
Latest entries
ଜିଲ୍ଲା ଖବରJanuary 16, 2026ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଯୁବ-ଛାତ୍ର ବିଜେଡିର ସାମ୍ବାଦିକ ସମ୍ମିଳନୀ
ଜିଲ୍ଲା ଖବରJanuary 15, 2026ମା ମାଣିକେଶ୍ୱରୀ ମନ୍ଦିର ରୁ ବାହାରିଲା ମଶାଲ ଯାତ୍ରା
ଜିଲ୍ଲା ଖବରJanuary 13, 2026୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ ଉପଲକ୍ଷେ ଜିଲ୍ଲା ସ୍ତରୀୟ ବ୍ୟାଡ଼ମିଣ୍ଟନ ଖେଳ ପ୍ରତିଯୋଗିତା
ଜିଲ୍ଲା ଖବରJanuary 12, 2026କବି ବିରଞ୍ଚି ନାରାୟଣ ଦରୱାନଙ୍କ କବିତା ବହି “ସାରା ଆକାଶ ତମର” ଲୋକାର୍ପିତ

