ନ୍ୟୁଜଗ୍ୟାଲେରି,ଭବାନିପାଟଣା:- ଆସନ୍ତା ୭୭ ତମ ସ୍ବାଧିନତା ଦିବସ ପାଳନ ଉପଲକ୍ଷେ ସ୍ଥାନୀୟ ଜିଲ୍ଲପାଳଙ୍କ ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ସୁବ୍ରତ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆନନ୍ଦ କୁମାର ଗୁରୁ, ସି.ଡ଼ି.ଏମ୍.ଓ. ଡ଼ଃ. ଜି ସି ରାଉତ ଙ୍କ ସମେତ ଆମନ୍ତ୍ରିତ ବିଭିନ୍ନ ଶିକ୍ଷାନଷ୍ଠାନର କର୍ମକର୍ତ୍ତା, ଦିବସ ପାଳନ ସହ ସଂପୃକ୍ତ ବିଭାଗୀୟ ଅଧିକାରୀ, ବିଶିଷ୍ଟ ବ୍ୟକ୍ତି,ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା ତଥା ଗଣମାଧ୍ୟମ ପ୍ରତନିଧି ଉପସ୍ଥିତ ଥିଲେ ।
ଡି.ଆଇ.ପି.ଆର୍.ଓ ମନୋଜ କୁମାର ବେହେରା ଦିବସ ପାଳନର କାର୍ଯ୍ୟକ୍ରମ ବିବରଣୀ ପାଠ କରିଥିଲେ। ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ,ସରକାରୀ ଓ ବେସରକାରୀ ଅନୁଷ୍ଠାନ ମାନଙ୍କରେ ଜାତୀୟ ପତାକା ଉତ୍ତୋଳନ ଏବଂ ମୁଖ୍ୟ ଅତିଥିଙ୍କ ଦ୍ଵାରା ଜାତୀୟ ପତାକା ଉତ୍ତୋଳନ ସହ ଉଦବୋଧନ କାର୍ଯ୍ୟକ୍ରମ ରହିଛି । ସୁନ୍ଦର ଶିଶୁ ସ୍ୱାସ୍ଥ୍ୟ ଓ ଝୋଟି ପ୍ରତିଯୋଗିତା, ଜିଲ୍ଲାପାଳ ଏକାଦଶ ଓ ସାମ୍ବାଦିକ ଏକାଦଶ ମଧ୍ୟପ୍ରଦର୍ଶନୀ ଫୁଟବଲ ମ୍ୟାଚ୍ , ପିଇବା ପାଣି, ପ୍ରାଥମିକ ଚିକିତ୍ସା,ଆମ୍ବୁଲାନ୍ସ, କୋଠା ବାଡି ଆଲୋକ ସଜ୍ଜା, ସାଂସ୍କୃତିକ କାର୍ଯ୍ୟକ୍ରମ ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ରହିଛି।ଅତିରିକ୍ତ ଜିଲ୍ଲାପାଳ ସମସ୍ତ ଅଧିକାରୀ ଓ ଅନୁଷ୍ଠାନ ନିଜ ନିଜର ଦାୟିତ୍ଵ ଠିକ୍ ରୂପେ ତୁଲାଇବାକୁ କହିବା ସହ ସମସ୍ତଙ୍କ ସହଯୋଗ କାମନା କରି ଧନ୍ୟବାଦ୍ ଅର୍ପଣ କରିଥିଲେ ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

