ନ୍ୟୁଜଗ୍ୟାଲେରି, କଳାହାଣ୍ଡି: ଭବାନୀପାଟଣା ସ୍ଥିତ ଟାଉନ ହଲ ଠାରେ ପୌରପାଳିକା ପକ୍ଷରୁ ସର୍ବ ଭାରତୀୟ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ କୁ ପୋୖରା ଅଧ୍ୟକ୍ଷା ସଂଯୁକ୍ତା ବେହେରା ଅତିଥି ମାନଙ୍କୁ ସ୍ୱଗତ ସମ୍ବର୍ଦ୍ଧନା ଜଣାଇଥିଲେ।
ମୁଖ୍ୟ ଅତିଥି ଯୋଜନା ଓ ସମନ୍ୱୟ ମନ୍ତ୍ରୀ ରାଜେନ୍ଦ୍ର ପ୍ରସାଦ ଢୋଲକିଆ,କଳାହାଣ୍ଡି ବିଶ୍ଵ ବିଦ୍ୟାଳୟ କୁଳପତି ସଞ୍ଜୟ ଶତପଥୀ, ସମ୍ମାନିତ ଅତିଥି ନର୍ଲା ବିଧାୟକ ଭୂପେନ୍ଦ୍ର ସିଂ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ,ଜିଲ୍ଲା ସ୍ଵତନ୍ତ୍ର ଉନ୍ନୟନ ଅଧ୍ୟକ୍ଷ ଶିବାଜୀ ମାଝୀ,ପୌରପାଳିକା ଉପାଧ୍ୟକ୍ଷ ବିଷ୍ଣୁ ପ୍ରଧାନ,ପଦ୍ମଶ୍ରୀ ପାତାୟତ ସାହୁ,ପୌରପାଳିକା ନିର୍ବାହୀ ଅଧିକାରୀ ଚିନ୍ମୟ କୁମାର ନାୟକ ଏବଂ ସମସ୍ତ କାଉନସିଲର ଉପସ୍ଥିତ ରହିଥିଲେ।
ଏହି କାର୍ଯ୍ୟକ୍ରମ ରେ ପୌରପାଳିକା ପକ୍ଷରୁ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବ୍ୟକ୍ତିବିଶେଷଙ୍କୁ ସମ୍ବର୍ଦ୍ଧନାଜଣାଇବା ସହିତ ପୁରସ୍କୃତକରିଥିଲେ। ସ୍ୱାୟତ୍ତ ଶାସନ ଦିବସ ଅବସରରେ କୁନିକୁନି କଳା କାର ମାନେ ନିଜର କଳା ପ୍ରଦର୍ଶନ କରିଥିଲେ।
Latest entries
ଜିଲ୍ଲା ଖବରOctober 22, 2026ପ୍ରେମୀ ଯୁଗଳ ମୃତ ଶବ ଉଦ୍ଧାର ,ହତ୍ୟା ସନ୍ଦେହ
ଜିଲ୍ଲା ଖବରOctober 22, 2026ଜିଲ୍ଲା ସ୍ତରୀୟ କଳାକାର ଚୟନ ପ୍ରକ୍ରିୟା ଆରମ୍ଭ
ଜିଲ୍ଲା ଖବରOctober 21, 2026ଦୁଆରସୁନି ଦୁର୍ଗାପୂଜା କମିଟି ପକ୍ଷରୁ ନୃତ୍ୟ ପ୍ରତିଯୋଗିତା ଓ ପ୍ରତିଭାବାନ ବ୍ୟକ୍ତିତ୍ୱଙ୍କୁ ସମ୍ବର୍ଦ୍ଧନା
ଜିଲ୍ଲା ଖବରOctober 20, 2026ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମରେ ମହାସମାରୋହରେ ସମ୍ପନ୍ନ ହେଲା ପ୍ରସିଦ୍ଧ ଛତର ଯାତ୍ରା

