ନ୍ୟୁଜଗ୍ୟାଲେରି, କଳାହାଣ୍ଡି: ଭବାନୀପାଟଣା ସ୍ଥିତ ଟାଉନ ହଲ ଠାରେ ପୌରପାଳିକା ପକ୍ଷରୁ ସର୍ବ ଭାରତୀୟ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ କୁ ପୋୖରା ଅଧ୍ୟକ୍ଷା ସଂଯୁକ୍ତା ବେହେରା ଅତିଥି ମାନଙ୍କୁ ସ୍ୱଗତ ସମ୍ବର୍ଦ୍ଧନା ଜଣାଇଥିଲେ।
ମୁଖ୍ୟ ଅତିଥି ଯୋଜନା ଓ ସମନ୍ୱୟ ମନ୍ତ୍ରୀ ରାଜେନ୍ଦ୍ର ପ୍ରସାଦ ଢୋଲକିଆ,କଳାହାଣ୍ଡି ବିଶ୍ଵ ବିଦ୍ୟାଳୟ କୁଳପତି ସଞ୍ଜୟ ଶତପଥୀ, ସମ୍ମାନିତ ଅତିଥି ନର୍ଲା ବିଧାୟକ ଭୂପେନ୍ଦ୍ର ସିଂ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ,ଜିଲ୍ଲା ସ୍ଵତନ୍ତ୍ର ଉନ୍ନୟନ ଅଧ୍ୟକ୍ଷ ଶିବାଜୀ ମାଝୀ,ପୌରପାଳିକା ଉପାଧ୍ୟକ୍ଷ ବିଷ୍ଣୁ ପ୍ରଧାନ,ପଦ୍ମଶ୍ରୀ ପାତାୟତ ସାହୁ,ପୌରପାଳିକା ନିର୍ବାହୀ ଅଧିକାରୀ ଚିନ୍ମୟ କୁମାର ନାୟକ ଏବଂ ସମସ୍ତ କାଉନସିଲର ଉପସ୍ଥିତ ରହିଥିଲେ।
ଏହି କାର୍ଯ୍ୟକ୍ରମ ରେ ପୌରପାଳିକା ପକ୍ଷରୁ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବ୍ୟକ୍ତିବିଶେଷଙ୍କୁ ସମ୍ବର୍ଦ୍ଧନାଜଣାଇବା ସହିତ ପୁରସ୍କୃତକରିଥିଲେ। ସ୍ୱାୟତ୍ତ ଶାସନ ଦିବସ ଅବସରରେ କୁନିକୁନି କଳା କାର ମାନେ ନିଜର କଳା ପ୍ରଦର୍ଶନ କରିଥିଲେ।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

