କଳାହାଣ୍ଡି ଜିଲ୍ଲା ବିଜୁ ମହିଳା ଜନତା ଦଳର ପ୍ରସ୍ତୁତି ବୈଠକ

ନ୍ୟୁଜଗ୍ୟାଲେରି, ଭବାନୀପାଟଣା: ଆଗାମୀ ଟାଉନ ହଲ ରେ ହେବାକୁ ଥିବା ବିଜୁ ମହିଳା ଜନତା ଦଳର ଜିଲ୍ଲା ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ହେବାକୁ ଥିବା ରୁ ଭବାନୀପାଟଣା ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲା ବିଜୁ ମହିଳା ଜନତା ଦଳ ର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା ସଭାପତି ପୁଷ୍ପେନ୍ଦ୍ର ସିଂଦେଓ ,ଜିଲ୍ଲା କାର୍ଯ୍ୟକାରୀ ସଭାପତି ତଥା ଜୁନାଗଡ ବିଧାୟକ ଦିବ୍ୟ ଶଙ୍କର ମିଶ୍ର, କଳାହାଣ୍ଡି ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ତଥା ଲାଞ୍ଜିଗଡ ପୂର୍ବତନ ବିଧାୟକ ଶିବାଜୀ ମାଝୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ, ପୂର୍ବତନ ସଦର ବିଧାୟକ ଦୁଷ୍ମନ୍ତ ନାଏକ, ଭବାନୀପାଟଣା ପୋୖରାଧ୍ୟକ୍ଷା ସଂଯୁକ୍ତା ବେହେରା, ପୂର୍ବତନ ପୋୖରାଧକ୍ଷା ଲଳିତା ନାଏକ,ବିଜୁ ଜନତା ଦଳର ବରିଷ୍ଠ କର୍ମକର୍ତ୍ତା, ଯୁବ, ଛାତ୍ର, ମହିଳା, ଜିଲ୍ଲା କମିଟିର ସମସ୍ତ ପଦାଧିକାରୀ ଉପସ୍ଥିତ ରହି ଜିଲ୍ଲା ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ କିପରି ସଫଳ ହେବ ସେସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା।

Hemant Kumar Ray
Editor, News Gallery
Mob: 9439506580
Email: newsgallery.in@gmail.com
author

Hemant Kumar Ray

Editor, News Gallery Mob: 9439506580 Email: newsgallery.in@gmail.com

Similar Posts