ନ୍ୟୁଜଗ୍ୟାଲେରି,କଳାହାଣ୍ଡି: ଗୋଲାମୁଣ୍ଡା ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ପରିଷଦ ମୂଖ୍ୟ ଉନ୍ନୟନ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ, ବ୍ଲକ୍ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୧୧୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୭୧ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୩୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୧ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ୧ଜଣଙ୍କୁ ସହାୟତା ମଞ୍ଜୁର କରାଯାଇଥିଲା।
Latest entries
ଜିଲ୍ଲା ଖବରOctober 22, 2026ପ୍ରେମୀ ଯୁଗଳ ମୃତ ଶବ ଉଦ୍ଧାର ,ହତ୍ୟା ସନ୍ଦେହ
ଜିଲ୍ଲା ଖବରOctober 22, 2026ଜିଲ୍ଲା ସ୍ତରୀୟ କଳାକାର ଚୟନ ପ୍ରକ୍ରିୟା ଆରମ୍ଭ
ଜିଲ୍ଲା ଖବରOctober 21, 2026ଦୁଆରସୁନି ଦୁର୍ଗାପୂଜା କମିଟି ପକ୍ଷରୁ ନୃତ୍ୟ ପ୍ରତିଯୋଗିତା ଓ ପ୍ରତିଭାବାନ ବ୍ୟକ୍ତିତ୍ୱଙ୍କୁ ସମ୍ବର୍ଦ୍ଧନା
ଜିଲ୍ଲା ଖବରOctober 20, 2026ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମରେ ମହାସମାରୋହରେ ସମ୍ପନ୍ନ ହେଲା ପ୍ରସିଦ୍ଧ ଛତର ଯାତ୍ରା

