ନ୍ୟୁଜଗ୍ୟାଲେରି, ଭବାନୀପାଟଣା: ଜୟପାଟଣା ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତନ୍ମୟ କୁମାର ଦରୱାନଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏସ ଡି ପି ଓ, ଧର୍ମଗଡ଼ ଧିରଜ୍ କୁମାର ଚୋପ୍ ଦାର,ବ୍ଲକ୍ ଅଧ୍ୟକ୍ଷ ଥବିର ବାଗଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୭୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୩୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।
Latest entries
ଜିଲ୍ଲା ଖବରOctober 22, 2026ପ୍ରେମୀ ଯୁଗଳ ମୃତ ଶବ ଉଦ୍ଧାର ,ହତ୍ୟା ସନ୍ଦେହ
ଜିଲ୍ଲା ଖବରOctober 22, 2026ଜିଲ୍ଲା ସ୍ତରୀୟ କଳାକାର ଚୟନ ପ୍ରକ୍ରିୟା ଆରମ୍ଭ
ଜିଲ୍ଲା ଖବରOctober 21, 2026ଦୁଆରସୁନି ଦୁର୍ଗାପୂଜା କମିଟି ପକ୍ଷରୁ ନୃତ୍ୟ ପ୍ରତିଯୋଗିତା ଓ ପ୍ରତିଭାବାନ ବ୍ୟକ୍ତିତ୍ୱଙ୍କୁ ସମ୍ବର୍ଦ୍ଧନା
ଜିଲ୍ଲା ଖବରOctober 20, 2026ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମରେ ମହାସମାରୋହରେ ସମ୍ପନ୍ନ ହେଲା ପ୍ରସିଦ୍ଧ ଛତର ଯାତ୍ରା

