ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତନ୍ମୟ କୁମାର ଦରୱାନ, ଏସ ଡି ପି ଓ, ଭବାନୀପାଟଣା ଶ୍ରୀ ସୁନା ରାମ ହେମ୍ବ୍ରମ , ସି ଡି ଓ,ଜିଲ୍ଲାପରିଷଦ ଶ୍ରୀ ସଚିନ ପାୱାର ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୭୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୬୫ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ଥୁଆମୂଲ୍ ରାମପୁର ବ୍ଲକ୍ ର କଠାକୁରା ଗ୍ରାମର ଦ୍ରୌପଦୀ ନାଏକ ଙ୍କୁ ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଘର ସହାୟତା ବାବଦକୁ ୫୦୦୦ ଟଙ୍କା ମଞ୍ଜୁର କରାଯାଇଥିଲା।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

