ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତନ୍ମୟ କୁମାର ଦରୱାନ, ଏସ ଡି ପି ଓ, ଭବାନୀପାଟଣା ଶ୍ରୀ ସୁନା ରାମ ହେମ୍ବ୍ରମ , ସି ଡି ଓ,ଜିଲ୍ଲାପରିଷଦ ଶ୍ରୀ ସଚିନ ପାୱାର ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୭୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୬୫ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ଥୁଆମୂଲ୍ ରାମପୁର ବ୍ଲକ୍ ର କଠାକୁରା ଗ୍ରାମର ଦ୍ରୌପଦୀ ନାଏକ ଙ୍କୁ ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଘର ସହାୟତା ବାବଦକୁ ୫୦୦୦ ଟଙ୍କା ମଞ୍ଜୁର କରାଯାଇଥିଲା।
Latest entries
ଜିଲ୍ଲା ଖବରOctober 22, 2026ପ୍ରେମୀ ଯୁଗଳ ମୃତ ଶବ ଉଦ୍ଧାର ,ହତ୍ୟା ସନ୍ଦେହ
ଜିଲ୍ଲା ଖବରOctober 22, 2026ଜିଲ୍ଲା ସ୍ତରୀୟ କଳାକାର ଚୟନ ପ୍ରକ୍ରିୟା ଆରମ୍ଭ
ଜିଲ୍ଲା ଖବରOctober 21, 2026ଦୁଆରସୁନି ଦୁର୍ଗାପୂଜା କମିଟି ପକ୍ଷରୁ ନୃତ୍ୟ ପ୍ରତିଯୋଗିତା ଓ ପ୍ରତିଭାବାନ ବ୍ୟକ୍ତିତ୍ୱଙ୍କୁ ସମ୍ବର୍ଦ୍ଧନା
ଜିଲ୍ଲା ଖବରOctober 20, 2026ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମରେ ମହାସମାରୋହରେ ସମ୍ପନ୍ନ ହେଲା ପ୍ରସିଦ୍ଧ ଛତର ଯାତ୍ରା

