ନ୍ୟୁଜଗ୍ୟାଲେରି : ଭବାନୀପାଟଣା ବ୍ଲକ ସମ୍ମିଳନୀ ଗୃହରେ ଦୁଇ ଦିନ ଧରି ଲୋକ କଳାକାର ମାନଙ୍କୁ ନେଇ ପ୍ରଶିକ୍ଷଣ ଶିବିର ଦ୍ୱିତୀୟ ଦିନ ରେ ସମାପନ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଜିଲ୍ଲା ସାଂସ୍କୃତିକ ଏବଂ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ମିଳିତ ଆନୁକୂଲ୍ୟରେ ବ୍ଲକ କଳାକାର ସଂଘ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି ।
ଏହି ପ୍ରଶିକ୍ଷଣ ଶିବିରକୁ ପ୍ରଥମ ଦିନରେ ମୁଖ୍ୟ ଅତିଥି ଅତିରିକ୍ତ ଜିଲ୍ଲାପାଳ ତନ୍ମୟ ଦରୁୱାନ, ସମ୍ମାନିତ ଅତିଥି ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀ ମନୋଜ ବେହେରା, ବ୍ଲକ ଉନ୍ନୟନ ଅଧିକରି ପ୍ରୀତା କୁମାରୀ,ବ୍ଲକ କଳାକାର ସଂଘ ସଭାପତି କରୁଣା କର ଦାସ, ପାରଶ୍ମିତା ରାଏ,ଡ଼ଃ ଅଜୟ ମିଶ୍ର, ଭୀମ ସେନ ସାହୁ,ହୃଷିକେଶ ସାହୁ,ଭବାନୀପାଟଣା ର ବିଭିନ୍ନ ପଞ୍ଚାୟତ ର କଳାକାର ମାନେ ଆସି ପ୍ରଶିକ୍ଷଣ ଶିବିରରେ ଯୋଗଦେଇଥିଲେ।
ଏହି କାର୍ଯ୍ୟକ୍ରମ ରେ ସରକାରଙ୍କ ବିଭିନ୍ନ ଉନ୍ନତି ମୂଳକ ଯୋଜନା ଲୋକମାନଙ୍କ ପାଖରେ ପହଞ୍ଚି ପାରିବ ସେବିଷୟରେ ଆଲୋଚନା କରାଯାଇଥିଲା।ଏହି କାର୍ଯ୍ୟକ୍ରମ କୁ ଜିଲ୍ଲା ପ୍ରଶାସନ ଶିକ୍ଷା, ସ୍ୱାସ୍ଥ୍ୟ,ଆଇସିଡିଏସ ଅଧିକାରୀ ଅବଗତ କରାଇଥିଲେ।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

