ନ୍ୟୁଜଗ୍ୟାଲେରି, ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଅଧ୍ୟକ୍ଷତାରେ ଆସନ୍ତା ୨୨.୧୦.୨୦୨୩ତାରିଖରେ ଅନୁଷ୍ଠିତ ହେବାକୁ ଥିବା ମା ମାଣିକେଶ୍ଵରୀ ପବିତ୍ର ଛତ୍ରଯାତ୍ରା ସମ୍ଭଧୀୟ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ କଳାହାଣ୍ଡି ରାଜା ଶ୍ରୀ ଅନନ୍ତ ପ୍ରତାପ ଦେଓ ଉପସ୍ଥିତ ରହି ମାଣିକେଶ୍ଵରୀ ମନ୍ଦିର ପକ୍ଷରୁ ଜାରି ସୂଚନା ଅନୁସାରେ ଆସନ୍ତା ଅକ୍ଟୋବର ୨୨ତାରିଖ ମା ମାଣିକେଶ୍ଵରୀ ଙ୍କ ପବିତ୍ର ଛତ୍ରଯାତ୍ରା ଜେନାଖାଲ ଠାରେ ପୂଜାର୍ଚ୍ଚନା ସାରି ମନ୍ଦିର ଅଭିମୁଖେ ଭକ୍ତମାନଙ୍କ ଗ୍ରହଣରେ ଯାତ୍ରା କରିବେ ।ଜିଲ୍ଲା ପ୍ରଶାସନ ତରଫ ରୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତନ୍ମୟ କୁମାର ଦରୱାନ ଏଜେଣ୍ଡା ଅନୁଯାୟୀ ପ୍ରସ୍ତାବ ପାଠ କଲେ ଏବଂ ଗୃହ ରେ ସମସ୍ତଙ୍କ ସହମତିରେ ପ୍ରସ୍ତାବ ଗ୍ରହଣ କରାଗଲା ।ମାଙ୍କ ଛତର ଯାତ୍ରା କୁ ଶାନ୍ତି ଶୃଙ୍ଖଲାସହ ସମାପନ କରିବା ପାଇଁ ଜିଲ୍ଲାପାଳ ସମସ୍ତଙ୍କ ସହଯୋଗ ଲୋଡିଥିଲେ। 
ମା ଙ୍କ ଛତର ଯାତ୍ରା ରେ ରାଜାବାଟି ଦ୍ଵାରା ପୁରସ୍କୃତ ଘୁମୁରା ଦଳ ବ୍ୟତୀତ ପୋଲିସ ବିଭାଗ ଦ୍ଵାରା ଚିହ୍ନଟ ଅନ୍ୟ ସାଂସ୍କୃତିକ ଦଳ ଅଂଶ ଗ୍ରହଣ କରିବେ। ଛତ୍ର ଯାତ୍ରା ପାଇଁ ରାସ୍ତା ମରାମତି,ନାଳ ନର୍ଦ୍ଦମା ସଫା, ପାନୀୟ ଜଳ,ନିରବିଛିନ୍ନ ବିଦ୍ୟୁତ ସରବରାହ,ରାସ୍ତାରେ ବୁଲଗାଇଗୋରୁ ନିୟନ୍ତ୍ରଣ, ମଦ ଓ ନିଶା ଦ୍ରବ୍ୟ ର ବିକ୍ରି ନିଷେଧ,ଶାନ୍ତି ଶୃଙ୍ଖଳା,ଆମ୍ବୁଲାନ୍ସ,ମାଜିଷ୍ଟ୍ରେଟ ମୃତୟନ,ସୂଚନା କେନ୍ଦ୍ର ସ୍ଥାପନ ଓ ଧାରା ବିବରଣୀ, ଚାକ୍ଷୁଷ ଧାରା ବିବରଣୀ କାର୍ଯ୍ୟଅନୁଷ୍ଠାନ ନିମନ୍ତେ ରାସ୍ତା ଓ ଗୃହ ନିର୍ମାଣ,ଜାତୀୟ ରାଜପଥ,ପୌର ପରିଷଦ,ବିଦ୍ୟୁତ ବିଭାଗ, ପୋଲିସ, ସ୍ବାସ୍ଥ୍ୟ ବିଭାଗ,ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀ ଙ୍କୁ ଦାୟିତ୍ଵ ଦିଆଗଲା।
ଦୁର୍ଗାପୂଜା କମିଟିର ପୂଜା ସ୍ଥାପନ ଓ ମେଢ଼ ବିସର୍ଜନ ପାଇଁ ଗାଇଡ ଲାଇନ ଅନୁଯାୟୀ ଚିହ୍ନଟ କୃତିମ୍ ପଲିଥିନ ପୁଷ୍କରିଣୀ ବ୍ୟବସ୍ଥା କରିବାକୁ ଉପ ଜିଲ୍ଲାପାଳ, ଭବାନୀପାଟଣା/ ଧର୍ମଗଡ ତଥା ଆଇନ ଶୃଙ୍ଖଳା ଓ ଛତ୍ର ଯାତ୍ରାକୁ ସୁରକ୍ଷିତ, ଜନସମାଗମ କୁ ନିୟନ୍ତ୍ରଣ,ସାଂସ୍କୃତିକ ଦଳ ର ପ୍ରବେଶ ପାଇଁ ପୃଥକ ଭାବେ ଆରକ୍ଷୀ ଅଧିକ୍ଷକ ବୈଠକ ଆୟୋଜନ କରିବେ ।
ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତ୍ରିଲୋଚନ ପାତ୍ର,ଉପ ଜିଲ୍ଲାପାଳ,ଡ ବିଶ୍ବଜିତ ଦାସ,ଧର୍ମଗଡ ଉପଜିଲ୍ଲାପାଳ ଶ୍ରୀ ବିରଞ୍ଚି ନାରାୟଣ ଦରୱାନ, ଭବାନୀପାଟଣା ପୌରପରିଷଦ ଅଧ୍ୟକ୍ଷା ସଂଯୁକ୍ତା ବେହେରା,ସି ଡି ଏମ ଓ ଡ ନିହାରେନ୍ଦ୍ର ପଣ୍ଡା,ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ବିଚାର ବିଭାଗୀୟ ଅଧିକାରୀ,ସହରର ବିଭିନ୍ନ ଦୂର୍ଗା ପୂଜା କମିଟିର କର୍ମକର୍ତ୍ତା, ସମାଜସେବୀ ଡି ଆଈ ପି ଆର୍ ଓ ଶ୍ରୀ ମନୋଜ ବେହେରା,, ଇ ଓ ଶ୍ରୀ ଚିନ୍ମୟ ନାୟକ,ମସଜିଦ କମିଟି ସଭ୍ୟ, ଚର୍ଚ୍ଚ କମିଟି ସଭ୍ୟ,ବିଭାଗୀୟ ଅଧିକାରୀ ତଥା ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ ।
Latest entries
ଜିଲ୍ଲା ଖବରApril 6, 2026ଓଡ଼ିଆ ପକ୍ଷ ପାଳନ ଅବସରରେ ଏୈତିହ ଗଣଦୌଡ
ଜିଲ୍ଲା ଖବରApril 6, 2026କଳାହାଣ୍ଡିର ଅଭିଳାଷ ଆଇଆଇଏମ୍ ଟପ୍ପର
ଜିଲ୍ଲା ଖବରApril 5, 2026ଓଡ଼ିଆ ନାମ ଫଳକ ଅଭିଯାନ ଓ ସଚେତନତା ପଦଯାତ୍ରା
ଜିଲ୍ଲା ଖବରApril 3, 2026କଳାହାଣ୍ଡି ଓକିଲ ସଙ୍ଘ ର ନବ ନିର୍ବାଚିତ କର୍ମକର୍ତା ମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

