ନ୍ୟୁଜଗ୍ୟାଲେରି, କଳାହାଣ୍ଡି: ନର୍ଲା ବ୍ଲକ ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ତ୍ରିଲୋଚନ ପାତ୍ର ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ନର୍ଲା ବି ଡି ଓ ଏମ ଜଗଜିବନ ଚୌଧୁରୀ, ତହସିଲଦାର ,ବିଶ୍ବରଂଜନ କହଁର ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୪୩ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୧ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୫ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

