ନ୍ୟୁଜଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ବ୍ରଜମୋହନ ହାଇସ୍କୁଲ୍ ପରିସରରେ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୩’ ତଥା ଓଡ଼ିଶା ମିଲେଟ୍ସ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।
ଜିଲ୍ଲା ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ଚୋପଦାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଧଘାଟନୀ ସମାରୋହରେ ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀ ମୁଖ୍ୟ ଅତିଥି ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ବିଶ୍ୱେଶ୍ୱର ସାହୁ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ ଦୁବେ, ବ୍ରଜମୋହନ ହାଇସ୍କୁଲର ପ୍ରଧାନଶିକ୍ଷକ ଷଷ୍ଠୀ ଝାଙ୍କର ପ୍ରମୁଖ ଯୋଗ ଦେଇଥିଲେ। ବ୍ରଜମୋହନ ହାଇସ୍କୁଲର ଛାତ୍ରୀମାନେ ସ୍ୱାଗତ ସଂଗୀତ ଓ କୁନି କଳାକାର ଶ୍ରେୟାଶ୍ରୀ ପଟ୍ଟନାୟକ ସ୍ୱାଗତ ନୃତ୍ୟ ପରିବେଷଣ କରିଥିଲେ।
କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ଶିକ୍ଷକ ସଞ୍ଜୀବ କୁମାର ପାଢ଼ୀ, ସୁଧୀର ପଣ୍ଡା, ପୂର୍ଣ୍ଣଚନ୍ଦ୍ର ପଣ୍ଡା ଓ ଡିଲେଶ୍ୱର ରଣା ଏହି କାର୍ଯ୍ୟକ୍ରମ ରେ ଜିଲ୍ଲାର ୧୩ଟି ବ୍ଲକରୁ ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ବେଳେ ‘ସୁରଭି’ ଅନ୍ତର୍ଗତ ଉକ୍ତ ଛାତ୍ରଛାତ୍ରୀମାନେ ରାଜ୍ୟ ସ୍ତରୀୟ ସୁରଭି ଏବଂ ଓଡ଼ିଶା ମିଲେଟ୍ସ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

