ନ୍ୟୁଜଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ଡ ବିଶ୍ବଜିତ ଦାସଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୧୬୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୩୫ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୩୪ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୩ଜଣ ଙ୍କୁ ସହାୟତା ମଞ୍ଜୁର କରାଯାଇଥିଲା ।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

