ନ୍ୟୁଜଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ଡ ବିଶ୍ବଜିତ ଦାସଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୧୬୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୩୫ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୩୪ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୩ଜଣ ଙ୍କୁ ସହାୟତା ମଞ୍ଜୁର କରାଯାଇଥିଲା ।
Latest entries
ଜିଲ୍ଲା ଖବରOctober 22, 2026ପ୍ରେମୀ ଯୁଗଳ ମୃତ ଶବ ଉଦ୍ଧାର ,ହତ୍ୟା ସନ୍ଦେହ
ଜିଲ୍ଲା ଖବରOctober 22, 2026ଜିଲ୍ଲା ସ୍ତରୀୟ କଳାକାର ଚୟନ ପ୍ରକ୍ରିୟା ଆରମ୍ଭ
ଜିଲ୍ଲା ଖବରOctober 21, 2026ଦୁଆରସୁନି ଦୁର୍ଗାପୂଜା କମିଟି ପକ୍ଷରୁ ନୃତ୍ୟ ପ୍ରତିଯୋଗିତା ଓ ପ୍ରତିଭାବାନ ବ୍ୟକ୍ତିତ୍ୱଙ୍କୁ ସମ୍ବର୍ଦ୍ଧନା
ଜିଲ୍ଲା ଖବରOctober 20, 2026ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମରେ ମହାସମାରୋହରେ ସମ୍ପନ୍ନ ହେଲା ପ୍ରସିଦ୍ଧ ଛତର ଯାତ୍ରା

