ନ୍ୟୁଜଗ୍ୟାଲେରି,ଭୁବନେଶ୍ଵର: ବିଜେଡି ରାଜ୍ୟ କାର୍ଯ୍ୟାଳୟ ଶଙ୍ଖଭବନରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପାର୍ଥିବ ଶରୀରକୁ ରଖାଯାଇଛି। ସେଠାରେ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଦଳୀୟ ନେତା ଓ କର୍ମୀ। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ସେଠାରେ ପହଞ୍ଚି ଦିବଙ୍ଗତ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ଶଙ୍ଖଭବନରେ ବିଜେଡି ସାଧାରଣ ସଂପାଦକ ପ୍ରଣବ ପ୍ରକାଶ ଦାସ, ବିଧାୟକ ଦେବୀ ପ୍ରସାଦ ମିଶ୍ର, ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଅଶୋକ ଚନ୍ଦ୍ର ପଣ୍ଡା, ତୁଷାରକାନ୍ତି ବେହେରା, ପୂର୍ବତନ ମନ୍ତ୍ରୀ ସମୀରରଂଜନ ଦାଶ, ବିଧାୟକ ରୁଦ୍ର ମହାରଥୀ, ପ୍ରଣବ ବଳବନ୍ତରାୟ, ସୁଶାନ୍ତ ରାଉତ ଓ ଅନନ୍ତ ନାରାୟଣ ଜେନା ପ୍ରମୁଖ ମହେଶ୍ୱର ମହାନ୍ତିଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶଙ୍ଖଭବନରୁ ମହେଶ୍ୱର ମହାନ୍ତିଙ୍କ ପାର୍ଥିବ ଶରୀରକୁ ବିଧାନସଭା ପରିସରକୁ ନିଆଯିବ। ତାପରେ ତାଙ୍କର ମରଶରୀରକୁ ପୁରୀକୁ ନିଆଯିବ। ସେଠାରେ ସ୍ବର୍ଗଦ୍ବାରରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ଅନ୍ତିମସଂସ୍କାର କରାଯିବ ବୋଲି ଜଣାଯାଇଛି। ବରିଷ୍ଠ ରାଜନେତା ତଥା ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତି ଗତ କିଛିଦିନ ଧରି ଗୁରୁତର ଅସୁସ୍ଥ ଥିବାରୁ ନଭେମ୍ବର ପହିଲାରୁ ଭୁବନେଶ୍ବରର କେୟାର ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

