ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପାର୍ଥିବ ଶରୀର: ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

0 minutes, 0 seconds Read

ନ୍ୟୁଜଗ୍ୟାଲେରି,ଭୁବନେଶ୍ଵର: ବିଜେଡି ରାଜ୍ୟ କାର୍ଯ୍ୟାଳୟ ଶଙ୍ଖଭବନରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପାର୍ଥିବ ଶରୀରକୁ ରଖାଯାଇଛି। ସେଠାରେ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଦଳୀୟ ନେତା ଓ କର୍ମୀ। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ସେଠାରେ ପହଞ୍ଚି ଦିବଙ୍ଗତ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ଶଙ୍ଖଭବନରେ ବିଜେଡି ସାଧାରଣ ସଂପାଦକ ପ୍ରଣବ ପ୍ରକାଶ ଦାସ, ବିଧାୟକ ଦେବୀ ପ୍ରସାଦ ମିଶ୍ର, ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଅଶୋକ ଚନ୍ଦ୍ର ପଣ୍ଡା, ତୁଷାରକାନ୍ତି ବେହେରା, ପୂର୍ବତନ ମନ୍ତ୍ରୀ ସମୀରରଂଜନ ଦାଶ, ବିଧାୟକ ରୁଦ୍ର ମହାରଥୀ, ପ୍ରଣବ ବଳବନ୍ତରାୟ, ସୁଶାନ୍ତ ରାଉତ ଓ ଅନନ୍ତ ନାରାୟଣ ଜେନା ପ୍ରମୁଖ ମହେଶ୍ୱର ମହାନ୍ତିଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶଙ୍ଖଭବନରୁ ମହେଶ୍ୱର ମହାନ୍ତିଙ୍କ ପାର୍ଥିବ ଶରୀରକୁ ବିଧାନସଭା ପରିସରକୁ ନିଆଯିବ। ତାପରେ ତାଙ୍କର ମରଶରୀରକୁ ପୁରୀକୁ ନିଆଯିବ। ସେଠାରେ ସ୍ବର୍ଗଦ୍ବାରରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ଅନ୍ତିମସଂସ୍କାର କରାଯିବ ବୋଲି ଜଣାଯାଇଛି। ବରିଷ୍ଠ ରାଜନେତା ତଥା ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତି ଗତ କିଛିଦିନ ଧରି ଗୁରୁତର ଅସୁସ୍ଥ ଥିବାରୁ ନଭେମ୍ବର ପହିଲାରୁ ଭୁବନେଶ୍ବରର କେୟାର ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।

Hemant Kumar Ray
Editor, News Gallery
Mob: 9439506580
Email: newsgallery.in@gmail.com
author

Hemant Kumar Ray

Editor, News Gallery Mob: 9439506580 Email: newsgallery.in@gmail.com

Similar Posts