ନ୍ୟୁଜଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଭାବତୀୟ ଜନତା ପାର୍ଟି ର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ଓ ନୂତନ ଜିଲ୍ଲା ସଭାପତିଙ୍କୁ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଭବାନୀପାଟଣା ସ୍ଥିତ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମ ରେ କଳାହାଣ୍ଡି ଜିଲ୍ଲା ସାଂସଦ ବସନ୍ତ ପଣ୍ଡା, ପୂର୍ବତନ ସଭାପତି ଦେବେନ୍ଦ୍ର ମହାନ୍ତି,ପୂର୍ବତନ ସାଂସଦ ଅର୍କକେଶରୀ ଦେଓ,ନୂତନ ଭାବେ ଜିଲ୍ଲା ସଭାପତି ମନୋନୀତ ହୋଇଥିବା ଆର୍ତ୍ତତ୍ରାଣ ମହାପାତ୍ର,ପୂର୍ବତନ ମନ୍ତ୍ରୀ ହିମାଂଶୁ ଶେଖର ମେହେର,ରାଜ୍ୟ କାର୍ଯ୍ୟ କାରୀ ସଦସ୍ୟ ଭବେଦ୍ର ପଣ୍ଡା ଜିଲ୍ଲା ସାଧାରଣ ସମ୍ପାଦକଯୁଗଳ ପୋଡ଼, ଜୟ ଶଙ୍କର ନାଏକ ଏବଂ ଜିଲ୍ଲା ର ଶତାଧିକ କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ। ଏହି ବୈଠକରେ ନୂତନ ଜିଲ୍ଲା ସଭାପତି ଆର୍ତ୍ତତ୍ରାଣ ମହାପାତ୍ରଙ୍କୁ ଦଳ ପକ୍ଷରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା ଏବଂ ଦଳ ପକ୍ଷରୁ ଆଗାମୀ ନଭେମ୍ବର ୧୪ ତାରିଖରୁ ୧୮ ତାରିଖ ପର୍ଯ୍ୟନ୍ତ କଳାହାଣ୍ଡି ଜିଲ୍ଲାର ସମସ୍ତ ବ୍ଲକ କାର୍ଯ୍ୟାଳୟ ଘେରାଉ କାର୍ଯ୍ୟକ୍ରମ କରିବା ପାଇଁ ଯୋଜନା ପ୍ରସ୍ତୁତ ହୋଇଥିଲା।
Latest entries
ଜିଲ୍ଲା ଖବରJanuary 16, 2026ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଯୁବ-ଛାତ୍ର ବିଜେଡିର ସାମ୍ବାଦିକ ସମ୍ମିଳନୀ
ଜିଲ୍ଲା ଖବରJanuary 15, 2026ମା ମାଣିକେଶ୍ୱରୀ ମନ୍ଦିର ରୁ ବାହାରିଲା ମଶାଲ ଯାତ୍ରା
ଜିଲ୍ଲା ଖବରJanuary 13, 2026୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ ଉପଲକ୍ଷେ ଜିଲ୍ଲା ସ୍ତରୀୟ ବ୍ୟାଡ଼ମିଣ୍ଟନ ଖେଳ ପ୍ରତିଯୋଗିତା
ଜିଲ୍ଲା ଖବରJanuary 12, 2026କବି ବିରଞ୍ଚି ନାରାୟଣ ଦରୱାନଙ୍କ କବିତା ବହି “ସାରା ଆକାଶ ତମର” ଲୋକାର୍ପିତ

