ନ୍ୟୁଜଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଭାବତୀୟ ଜନତା ପାର୍ଟି ର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ଓ ନୂତନ ଜିଲ୍ଲା ସଭାପତିଙ୍କୁ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଭବାନୀପାଟଣା ସ୍ଥିତ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମ ରେ କଳାହାଣ୍ଡି ଜିଲ୍ଲା ସାଂସଦ ବସନ୍ତ ପଣ୍ଡା, ପୂର୍ବତନ ସଭାପତି ଦେବେନ୍ଦ୍ର ମହାନ୍ତି,ପୂର୍ବତନ ସାଂସଦ ଅର୍କକେଶରୀ ଦେଓ,ନୂତନ ଭାବେ ଜିଲ୍ଲା ସଭାପତି ମନୋନୀତ ହୋଇଥିବା ଆର୍ତ୍ତତ୍ରାଣ ମହାପାତ୍ର,ପୂର୍ବତନ ମନ୍ତ୍ରୀ ହିମାଂଶୁ ଶେଖର ମେହେର,ରାଜ୍ୟ କାର୍ଯ୍ୟ କାରୀ ସଦସ୍ୟ ଭବେଦ୍ର ପଣ୍ଡା ଜିଲ୍ଲା ସାଧାରଣ ସମ୍ପାଦକଯୁଗଳ ପୋଡ଼, ଜୟ ଶଙ୍କର ନାଏକ ଏବଂ ଜିଲ୍ଲା ର ଶତାଧିକ କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ। ଏହି ବୈଠକରେ ନୂତନ ଜିଲ୍ଲା ସଭାପତି ଆର୍ତ୍ତତ୍ରାଣ ମହାପାତ୍ରଙ୍କୁ ଦଳ ପକ୍ଷରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା ଏବଂ ଦଳ ପକ୍ଷରୁ ଆଗାମୀ ନଭେମ୍ବର ୧୪ ତାରିଖରୁ ୧୮ ତାରିଖ ପର୍ଯ୍ୟନ୍ତ କଳାହାଣ୍ଡି ଜିଲ୍ଲାର ସମସ୍ତ ବ୍ଲକ କାର୍ଯ୍ୟାଳୟ ଘେରାଉ କାର୍ଯ୍ୟକ୍ରମ କରିବା ପାଇଁ ଯୋଜନା ପ୍ରସ୍ତୁତ ହୋଇଥିଲା।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

