ନ୍ୟୁଜଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଭାରତୀୟ ଜନତା ପାର୍ଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ଭବାନୀପାଟଣା ସାର୍କିଟ ହାଉସ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ସାମ୍ବାଦିକ ସମ୍ମିଳନୀରେ କଳାହାଣ୍ଡି ଜିଲ୍ଲା ସାଂସଦ ବସନ୍ତ ପଣ୍ଡା, ଜିଲ୍ଲା ସଭାପତି ଆର୍ତ୍ତତ୍ରାଣ ମହାପାତ୍ର,ପୂର୍ବତନ ମନ୍ତ୍ରୀ ହିମାଂଶୁ ଶେଖର ମେହେର,ରାଜ୍ୟ କାର୍ଯ୍ୟ କାରୀ ସଦସ୍ୟ ଭବେଦ୍ର ପଣ୍ଡା, ଜିଲ୍ଲା ସାଧାରଣ ସମ୍ପାଦକ ଜୟ ଶଙ୍କର ନାଏକ, ଉପସଭାପତି ପ୍ରଶାନ୍ତ ସାହୁ, ଏବଂ ଜିଲ୍ଲା ର କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ ।
କଳାହାଣ୍ଡି ଜିଲ୍ଲା ଭାରତୀୟ ଜନତା ପାର୍ଟି ପକ୍ଷରୁ ଆଗାମୀ ନଭେମ୍ବର ୧୪ ତାରିଖରୁ ୧୮ ତାରିଖ ପର୍ଯ୍ୟନ୍ତ କଳାହାଣ୍ଡି ଜିଲ୍ଲାର ସମସ୍ତ ବ୍ଲକ କାର୍ଯ୍ୟାଳୟ ଘେରାଉ କାର୍ଯ୍ୟକ୍ରମ କରିବା ପାଇଁ ଯୋଜନା ପ୍ରସ୍ତୁତ କରିବା କୁନେଇ ସାମ୍ବାଦିକ ସମ୍ମିଳନୀ କରାଯାଇଥିଲା।ବିଜୁ ଜନତା ଦଳ ୨୩ବର୍ଷ ର ଶାସନରେ ଓଡ଼ିଶାରେ ବର୍ଷକୁ ୧ ଲକ୍ଷ କୋଟି ଟଙ୍କାର ଦୁର୍ନୀତି ହେଉଛି।ଗ୍ରାମ ସଭା ହେଉନାହିଁ ଓ ପଞ୍ଚାୟତ ରେ ସରପଞ୍ଚ, ସମିତି ସଭ୍ୟ ମାନଙ୍କର କ୍ଷମତାକୁ ମଧ୍ୟ ହଡପ କରିନିଆ ଯାଇଛି, ପଞ୍ଚାୟତ ରୁ ସଚିବାଳୟ ପର୍ଯ୍ୟନ୍ତ ସବୁଠି ଦୁର୍ନୀତି ଓ ପିସି କାରବାର ଚାଲିଛି ,ଆମ ଓଡ଼ିଶା ନବୀନ ଓଡିଶା ରେ ହେଉଥିବା ସମସ୍ତ କାମରେ ୫୦%ପିସି କାରବାର ଭଳି ଅନେକ ଦୁର୍ନୀତି ଭ୍ରଷ୍ଟାଚାର ,ମହିଳା ବିରୋଧୀ ହିଂସା ଏବଂ ଅଗଣତାନ୍ତ୍ରିକ ଓ ଅଣ ରାଜନୈତିକ କରୁଥିବାରୁ ତାବିରୁଦ୍ଧରେ ନଭେମ୍ବର ୧୪ରୁ୧୮ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ବ୍ଲକ କାର୍ଯ୍ୟଳୟ ଘେରିବ ବୋଳି ଭାରତୀୟ ଜନତା ପାର୍ଟି ଆଜି ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି।
Latest entries
ଜିଲ୍ଲା ଖବରOctober 22, 2026ପ୍ରେମୀ ଯୁଗଳ ମୃତ ଶବ ଉଦ୍ଧାର ,ହତ୍ୟା ସନ୍ଦେହ
ଜିଲ୍ଲା ଖବରOctober 22, 2026ଜିଲ୍ଲା ସ୍ତରୀୟ କଳାକାର ଚୟନ ପ୍ରକ୍ରିୟା ଆରମ୍ଭ
ଜିଲ୍ଲା ଖବରOctober 21, 2026ଦୁଆରସୁନି ଦୁର୍ଗାପୂଜା କମିଟି ପକ୍ଷରୁ ନୃତ୍ୟ ପ୍ରତିଯୋଗିତା ଓ ପ୍ରତିଭାବାନ ବ୍ୟକ୍ତିତ୍ୱଙ୍କୁ ସମ୍ବର୍ଦ୍ଧନା
ଜିଲ୍ଲା ଖବରOctober 20, 2026ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମରେ ମହାସମାରୋହରେ ସମ୍ପନ୍ନ ହେଲା ପ୍ରସିଦ୍ଧ ଛତର ଯାତ୍ରା

