ନ୍ୟୁଜଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଆର୍ଟ ଫାଉଣ୍ଡେସନ ପକ୍ଷରୁ ଆୟୋଜିତ ଜାତୀୟ ଶିଶୁ କଳା ପ୍ରତିଯୋଗୀତା ମେଡିନିପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ଭାଗ ନେଇଥିବା ପ୍ରାୟ ୨୦୦ ରୁ ଉର୍ଦ୍ଧ୍ବ ଛତ୍ର-ଛାତ୍ରୀ ଙ୍କୁ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରକୃତି ବନ୍ଧୁ ପ୍ରଦୀପ କୁମାର ସାହୁ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ବିଦ୍ୟାଳୟ ପରିସର ରେ ଆୟୋଜିତ ଭବ୍ୟ ଉତ୍ସବ ରେ ମୁଖ୍ୟ ଅତିଥି ଲବ୍ଧ ପ୍ରତିଷ୍ଠିତ ଚିତ୍ର ଶିଳ୍ପୀ ମୁକୁନ୍ଦ ରେଡ଼ି , ସମ୍ମାନିତ ଅତିଥି ମଞ୍ଜୁରୀ ନାଗ (ଅଧ୍ୟକ୍ଷା) ଆଶିଷ କୁମାର ପଣ୍ଡା (ଉପାଧ୍ୟକ୍ଷ )ବିଦ୍ୟାଳୟ ପରିଚାଳନା କମିଟି ପ୍ରମୁଖ ଯୋଗ ଦାନ କରି ସମସ୍ତ ପ୍ରତିଯୋଗୀ ଓ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ଓ ପ୍ରମାଣ ପତ୍ର ପ୍ରଦାନ କରିଥିଲେ ।
ବିଦ୍ୟାଳୟ ର ଶିକ୍ଷୟିତ୍ରୀ ଲକ୍ଷ୍ମୀ ବଗର୍ତ୍ତୀ ସମସ୍ତ କାର୍ଯ୍ୟକ୍ରମ ର ସଂଯୋଜନା କରିଥିବା ବେଳେ ଶିକ୍ଷୟିତ୍ରୀ ପ୍ରତିଭା ଦାଶ, ନିଶାମଣି ଦେଇ, ଗୀତାଞ୍ଜଳୀ ସିଂ ଦେଓ ଓ ଯମୁନା ଛତ୍ରିଆ ପ୍ରମୁଖ ପରିଚାଳନା ରେ ସହଯୋଗ କରିଥିଲେ । ବିଦ୍ୟାଳୟ ହାଉସ କ୍ୟାପଟେନ ସମୀକ୍ଷା ଦୀପ ଓ କମାଣ୍ଡର କରନ ନିଆଲ୍ ଅତିଥି ସ୍ଵାଗତ ଓ ଧନ୍ୟବାଦ୍ ଅର୍ପଣ କରିଥିଲେ ।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

