ନ୍ୟୁଜଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ରେ ଆରବିଆଇର ଆର୍ଥିକ ସଚେତନତା ଉପରେ ‘ୱାକାଥନ୍’ ଜନସାଧାରଣଙ୍କ ମଧ୍ୟରେ ଜନସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଭାରତୀୟ ରିଜର୍ଭ ବ୍ୟାଙ୍କ, ଭୁବନେଶ୍ୱର କାର୍ଯ୍ୟାଳୟ ପକ୍ଷରୁ ଭବାନୀପାଟଣା ଠାରେ ଆର୍ଥିକ ସାକ୍ଷରତା ଓ ସଚେତନତା ଉପରେ ଏକ ‘ୱାକାଥନ୍’ ଆୟୋଜିତ କରଯାଇଥିଲା।
ଏହି ‘ୱାକାଥନ୍’ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଆରମ୍ଭ ହୋଇ ଟାଉନ ହଲ ଠାରେ ପହଞ୍ଚି ଥିଲା ଏବଂ ଏଥିରେ ବିଭିନ୍ନ ଟାର୍ଗେଟ ଗୋଷ୍ଠୀ ଯଥା ଛାତ୍ର ଛାତ୍ରୀ, ସ୍ୱୟଂ ସହାୟକ ଗୋଷ୍ଠୀ, ଉଦ୍ୟୋଗୀ, କୃଷକ, ବରିଷ୍ଠ ନାଗରିକ ଅଂଶଗ୍ରହଣ କରିଥିଲେ । ‘ୱାକାଥନ୍’ ପରେ ଏକ କ୍ଷେତ୍ର ସ୍ତରୀୟ ଆର୍ଥିକ ସାକ୍ଷରତା କାର୍ଯକ୍ରମ (ଏଫଏଲଏଫଏଲ ଇ) ଅନୁଷ୍ଠିତ କରାଯାଇଥିଲା ଯେଉଁଥିରେ ଭାରତୀୟ ରିଜର୍ଭ ବ୍ୟାଙ୍କ, ଭୁବନେଶ୍ୱର କାର୍ଯ୍ୟାଳୟର ବିଭିନ୍ନ ଅଧିକାରୀଙ୍କ ଦ୍ୱାରା ଆର୍ଥିକ ସାକ୍ଷରତା, ସାଇବର ସିକ୍ୟୁରିଟି, ଡିଜିଟାଲ୍ ବ୍ୟାଙ୍କିଙ୍ଗ୍, ବିଭିନ୍ନ ପ୍ରକାରର ଠକେଇ, ଚିରା ଓ ଫଟା ନୋଟ୍ ବିନିମୟ ସୁବିଧା, ବ୍ୟାଙ୍କରେ ଅଭିଯୋଗ ସମାଧାନର ବ୍ୟବସ୍ଥା, ଆରବିଆଇର ଏକୀକୃତ ଲୋକପାଳ ଯୋଜନା ଇତ୍ୟାଦି ଉପରେ ଅଧିବେଶନ ନିଆଯାଇଥିଲା। ଏହି କାର୍ଯକ୍ରମରେ ଭାରତୀୟ ରିଜର୍ଭ ବ୍ୟାଙ୍କର ଡେପୁଟି ଜେନେରାଲ ମ୍ୟାନେଜର ଉମାକାନ୍ତ ସାହୁ, କଳାହାଣ୍ଡି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ (ଜେନେରାଲ) ତନ୍ମୟ କୁମାର ଦରୱାନ, ଏସବିଆଇ ଭବାନୀପାଟଣା ଶାଖାର ମୁଖ୍ୟ ପ୍ରବନ୍ଧକ ସୁରେନ୍ଦ୍ର କୁମାର ଜାଲ, କାନାରା ବ୍ୟାଙ୍କର ଡିଭିଜନାଲ ମ୍ୟାନେଜର କେ ସୁରେଶ ରେଡ୍ଡୀ ଓ ନରେଶ ଚନ୍ଦ୍ର ମହାରଣା, କଳାହାଣ୍ଡି ଜିଲ୍ଲାର ଅଗ୍ରଣୀ ଜିଲ୍ଲା ପ୍ରବନ୍ଧକ ଧ୍ରୁବ ପ୍ରସାଦ ସିଂହ, ଭାରତୀୟ ରିଜର୍ଭ ବ୍ୟାଙ୍କର ଅଗ୍ରଣୀ ଜିଲ୍ଲା ଅଧିକାରୀ ଅମିତ କୁମାର ଓ ବିନୋଦ କୁମାର ଦାସ, ନାବାର୍ଡ ର ଜିଲ୍ଲା ଉନ୍ନୟନ ପ୍ରବନ୍ଧକ ମହେଶ୍ୱର ଦାଶ ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ।
Latest entries
ଜିଲ୍ଲା ଖବରJuly 21, 2026ସୋନମ ୱାଞ୍ଚୁଙ୍କ ସମର୍ଥନରେ ‘ଦ ୟୁଥ ଅଫ କଳାହାଣ୍ଡି’ ପକ୍ଷରୁ ୧୨ ଘଣ୍ଟିଆ ଉପବାସ ସତ୍ୟାଗ୍ରହ
ଜିଲ୍ଲା ଖବରJuly 14, 2026ସାତ ଦିନ ମଧ୍ୟରେ ସମସ୍ତ ବକେୟା ଅଭିଯୋଗର ନିଷ୍ପତ୍ତି କରିବାକୁ ଜିଲ୍ଲାପାଳ ଙ୍କ କଡ଼ା ନିର୍ଦ୍ଦେଶ
ଜିଲ୍ଲା ଖବରJuly 4, 2026ଜୁଆ ଖେଳୁଥିବା ବେଳେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ
ଜିଲ୍ଲା ଖବରJune 27, 2026ଅନ୍ତର୍ଜାତୀୟ ନିଶା ନିବାରଣ ଏବଂ ଅବୋଧ ଚାଲାଣ ନିଷିଦ୍ଧ ଦିବସ ପାଳିତ

