ନ୍ୟୁଜଗ୍ୟାଲେରି,କଳାହାଣ୍ଡି: ପ୍ରଧାନ ଶିକ୍ଷକ ଅଗସ୍ଥି ସାହୁ ସ୍କୁଲ ଅଫିସରେ ଠିକାଦାର ଯୁଧିଷ୍ଠିର ଭଗତଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଅଧମୁଣ୍ଡା ସରକାରୀ ହାଇସ୍କୁଲର ପ୍ରଧାନଶିକ୍ଷକ ଅଗସ୍ଥି ସାହୁ ଜଣେ ଠିକାଦାରଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ପ୍ରଧାନ ଶିକ୍ଷକଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଥିଲା। ଫାଇବ୍-ଟି ସ୍କୁଲ ରୂପାନ୍ତରୀକରଣ ବାବଦରେ ଚୂଡ଼ାନ୍ତ ବିଲ୍ କରିଦେବାକୁ ଠିକାଦାର ଯୁଧିଷ୍ଠିର ଭଗତ ବାରମ୍ବାର ପ୍ରଧାନଶିକ୍ଷକଙ୍କୁ କହିଥିଲେ । ସେ ଲାଞ୍ଚ ମାଗୁଥିବାରୁ ଅତିଷ୍ଠ ହୋଇ ଯୁଧିଷ୍ଠିର ଭବାନୀପାଟଣା ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଯୋଜନା ମୁତାବକ ଅଧାମୁଣ୍ଡା ସ୍କୁଲରେ ପ୍ରଧାନଶିକ୍ଷକ ଲାଞ୍ଚ ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ତାଙ୍କୁ ଧରିବାରେ ସଫଳ ହୋଇଥିଲା। ତାଙ୍କୁ ଗିରଫ କରି ଅଧିକ ଖୋଳତାଡ଼ କରୁଥି ଜଣାପଡିଛି।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

