ନ୍ୟୁଜଗ୍ୟାଲେରି, ଭବାନୀପାଟଣା:କଳାହାଣ୍ଡି ଜିଲ୍ଲା କଂଗ୍ରେସ ପାର୍ଟି ପକ୍ଷରୁ ଭାରତ ଯୋଡୋ ନ୍ୟାୟ ଯାତ୍ରା ହୁଙ୍କାର ଜନସଭା ମା ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ଖେଳ ପଡିଆ ଠାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ମା ମାଣିକେଶ୍ୱରୀ ମନ୍ଦିର ଠାରୁ ଏକ ବିରାଟ ରେଳି ବାହାରି ବିଶ୍ୱବିଦ୍ୟାଳୟ ଖେଳ ପଡିଆକୁ ପହଞ୍ଚିଥିଲେ ।
କଂଗ୍ରେସପାର୍ଟିର ଶୀର୍ଷ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ଆରମ୍ଭ କରିଥିବାବେଳେ ଦଳର ରାଜ୍ୟ ପ୍ରଭାରୀ ଡ. ଅଜୟ କୁମାର, ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ ଓ ଦଳର ବରିଷ୍ଠ ନେତା ଭକ୍ତ ଚରଣ ଦାସଙ୍କ ଉପସ୍ଥିତିରେ ଦଳ ପକ୍ଷରୁ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା, ହୁଙ୍କାର ଜନସଭାର ଆୟୋଜନ କରାଯାଇଥିଲା । ଜିଲ୍ଲାରହଜାର ହଜାର କଂଗ୍ରେସ କର୍ମୀ ଏଥିରେ ଯୋଗ ଦେଇଥିବାବେଳେ ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ କଂଗ୍ରେସ ଦଳରେ ସାମିଲ ହୋଇଛନ୍ତି।
ଏହି ଅବସରରେ ପୂର୍ବତନ ସାଂସଦ ରାସବିହାରୀ ବେହେରା, ଜୟରାମ ପାଙ୍ଗୀ, ଜଗନ୍ନାଥ ପଟ୍ଟନାୟକ, ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି, ଖରିଆର ବିଧାୟକ ଅଧିରାଜ ପାଣିଗ୍ରାହୀ, କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା, ଜିଲ୍ଲା କଂଗ୍ରେସ ସଭାପତି ଭାରତଭୂଷଣ ବେମାଲ, ସାଗର ଚରଣ ଦାସ, ଦିଗାମ୍ବର ଦୁରିଆ, ସରୋଜ ବାଗ, ତ୍ରିଲୋଚନ ପାଣିଗ୍ରାହୀ, ମହମ୍ମଦ ସାହେବଙ୍କ ସମେତ ଦଳର ରାଜ୍ୟ ଓ ଜିଲ୍ଲାସ୍ତରୀୟ ନେତା ତଥା ନେତ୍ରୀ ବହୁ ସଂଖ୍ୟାରେ ଦଳୀୟ କର୍ମୀ ଯୋଗଦେଇଥିଲେ।
Latest entries
ଜିଲ୍ଲା ଖବରJune 4, 2026ସ୍ୱାସ୍ଥ୍ୟ ଓ ପରିବେଶ ସଚେତନତା ପାଇଁ ସାଇକେଲ ଯାତ୍ରା
ଜିଲ୍ଲା ଖବରJune 4, 2026ଜେଇଇରେ କୃତିତ୍ୱ ହାସଲ କଲେ ଚେତନ ଅଗ୍ରୱାଲ
ଜିଲ୍ଲା ଖବରJune 4, 2026ଜିଲ୍ଲାକଂଗ୍ରେସ ର ଜିଲ୍ଲା, ବ୍ଲକ ଓ ନଗର କମିଟିର ସମୀକ୍ଷା ବୈଠକ
ଜିଲ୍ଲା ଖବରMay 28, 2026ସାମ୍ବାଦିକଙ୍କ ପିତୃ ବିୟୋଗ

