ନ୍ୟୁଜଗ୍ୟାଲେରି,ଭବାନୀପାଟଣା: ରାଜ୍ୟ ସ୍ତରୀୟ ମୁଖ୍ୟମନ୍ତ୍ରୀ ଶ୍ରେଷ୍ଠ ଶିକ୍ଷକ ଶିକ୍ଷା ପୁରସ୍କାର ପାଇଲେ ସନ୍ତୋଷ କର ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଆନୁକୁଲ୍ୟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
ରାଜ୍ୟସ୍ତରୀୟ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ କ୍ଷେତ୍ରରେ ‘ବ୍ୟକ୍ତିଗତ’ଠାରୁ ନେଇ ‘ସାଂଗଠନିକ’ ସ୍ତର ପର୍ଯ୍ୟନ୍ତ ସମସ୍ତଙ୍କ ଭିତରେ ଶ୍ରେଷ୍ଠମାନଙ୍କୁ ବଛାଯାଇ ପୁରସ୍କାର ନିମନ୍ତେ ମନୋନୀତ କରାଯାଇଛି । ମାଧ୍ୟମିକ ଶିକ୍ଷକ ବର୍ଗରେ ଜୟଦୁର୍ଗା ହାଇସ୍କୁଲ, ନର୍ଲାରୋଡ଼ର ବିଜ୍ଞାନ ଶିକ୍ଷକ ସନ୍ତୋଷ କୁମାର କର ରାଜ୍ୟ ସ୍ତରରେ ଶ୍ରେଷ୍ଠ ୧୦ ଜଣ ବିଜ୍ଞାନ ଶିକ୍ଷକ ମାନଙ୍କ ମଧ୍ୟରେ ପ୍ରଥମ ସ୍ଥାନ ଅଧିକାର କରି ମୁଖ୍ୟମନ୍ତ୍ରୀ ଙ୍କଠାରୁ ପୁରସ୍କୃତ ହେଇଛନ୍ତି । ଏହି କାର୍ଯ୍ୟକ୍ରମ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିଅମ ରେ ଅନୁଷ୍ଠିତ ହୋଇଥିଲା।
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅନ୍ତର୍ଗତ ‘ମୋ ସ୍କୁଲ୍ ଅଭିଯାନ ପରିଚାଳନା ସଂଗଠନ’ ଦ୍ୱାରା ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇ ଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସମ୍ମାନିତ ଅତିଥି ବିଦ୍ୟାଳୟ ଓ ଗଣଶିକ୍ଷା, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁଦାମ ମାଣ୍ଡି, ଅନୁସୂଚିତ ଜନଜାତି ଓ ଜାତି ଉନ୍ମୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତରାଜ ଓ ପାନୀୟଜଳ, ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ପ୍ରମୁଖ ଯୋଗଦାନ କରି ଥିଲେ।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

