ନ୍ୟୁଜଗ୍ୟାଲେରି,ଭବାନୀପାଟଣା: ରାଜ୍ୟ ସ୍ତରୀୟ ମୁଖ୍ୟମନ୍ତ୍ରୀ ଶ୍ରେଷ୍ଠ ଶିକ୍ଷକ ଶିକ୍ଷା ପୁରସ୍କାର ପାଇଲେ ସନ୍ତୋଷ କର ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଆନୁକୁଲ୍ୟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
ରାଜ୍ୟସ୍ତରୀୟ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ କ୍ଷେତ୍ରରେ ‘ବ୍ୟକ୍ତିଗତ’ଠାରୁ ନେଇ ‘ସାଂଗଠନିକ’ ସ୍ତର ପର୍ଯ୍ୟନ୍ତ ସମସ୍ତଙ୍କ ଭିତରେ ଶ୍ରେଷ୍ଠମାନଙ୍କୁ ବଛାଯାଇ ପୁରସ୍କାର ନିମନ୍ତେ ମନୋନୀତ କରାଯାଇଛି । ମାଧ୍ୟମିକ ଶିକ୍ଷକ ବର୍ଗରେ ଜୟଦୁର୍ଗା ହାଇସ୍କୁଲ, ନର୍ଲାରୋଡ଼ର ବିଜ୍ଞାନ ଶିକ୍ଷକ ସନ୍ତୋଷ କୁମାର କର ରାଜ୍ୟ ସ୍ତରରେ ଶ୍ରେଷ୍ଠ ୧୦ ଜଣ ବିଜ୍ଞାନ ଶିକ୍ଷକ ମାନଙ୍କ ମଧ୍ୟରେ ପ୍ରଥମ ସ୍ଥାନ ଅଧିକାର କରି ମୁଖ୍ୟମନ୍ତ୍ରୀ ଙ୍କଠାରୁ ପୁରସ୍କୃତ ହେଇଛନ୍ତି । ଏହି କାର୍ଯ୍ୟକ୍ରମ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିଅମ ରେ ଅନୁଷ୍ଠିତ ହୋଇଥିଲା।
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅନ୍ତର୍ଗତ ‘ମୋ ସ୍କୁଲ୍ ଅଭିଯାନ ପରିଚାଳନା ସଂଗଠନ’ ଦ୍ୱାରା ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇ ଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସମ୍ମାନିତ ଅତିଥି ବିଦ୍ୟାଳୟ ଓ ଗଣଶିକ୍ଷା, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁଦାମ ମାଣ୍ଡି, ଅନୁସୂଚିତ ଜନଜାତି ଓ ଜାତି ଉନ୍ମୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତରାଜ ଓ ପାନୀୟଜଳ, ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ପ୍ରମୁଖ ଯୋଗଦାନ କରି ଥିଲେ।
Latest entries
ଜିଲ୍ଲା ଖବରJanuary 16, 2026ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଯୁବ-ଛାତ୍ର ବିଜେଡିର ସାମ୍ବାଦିକ ସମ୍ମିଳନୀ
ଜିଲ୍ଲା ଖବରJanuary 15, 2026ମା ମାଣିକେଶ୍ୱରୀ ମନ୍ଦିର ରୁ ବାହାରିଲା ମଶାଲ ଯାତ୍ରା
ଜିଲ୍ଲା ଖବରJanuary 13, 2026୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ ଉପଲକ୍ଷେ ଜିଲ୍ଲା ସ୍ତରୀୟ ବ୍ୟାଡ଼ମିଣ୍ଟନ ଖେଳ ପ୍ରତିଯୋଗିତା
ଜିଲ୍ଲା ଖବରJanuary 12, 2026କବି ବିରଞ୍ଚି ନାରାୟଣ ଦରୱାନଙ୍କ କବିତା ବହି “ସାରା ଆକାଶ ତମର” ଲୋକାର୍ପିତ

