କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକର ଜେ.ଏମ୍.ଏଫ୍.ସି କୋର୍ଟର ପ୍ରଥମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି।ଏହି ଅବସରରେ ଥୁଆମୂଳ ରାମପୁର ବାର୍ ଏସୋସିଏସନ୍ ପକ୍ଷରୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଆୟୋଜିତ ଏହି କାର୍ଯ୍ୟକ୍ରମରେ କୋର୍ଟ ର ବିଚାରପତି ସୋମେଶ ସୌମ୍ୟଜିତ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।
ଥୁଆମୂଳରାମପୁର ବାର୍ ଏସୋସିଏସନ୍ ର ସଭାପତି ଆଇନଜୀବୀ ସୁଶୀଲ କୁମାର ରାଉତ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବାର୍ ଏସୋସିଏସନ୍ ର ସମ୍ପାଦକ ଆଇନଜୀବୀ ଲୋକନାଥ ନାଏକ, ଉପସଭାପତି ଆଇନଜୀବୀ ମନରଞ୍ଜନ ନାଏକ,ଆଇନଜୀବୀ ପଲ୍ଲବୀ ମୁଣ୍ଡଛିନା,ପ୍ରିୟଙ୍କା ମାଝୀ ଏବଂ ଆଇନଜୀବୀ ନବକିଶୋର ବେହେରା ପ୍ରମୁଖ ଉପସ୍ଥିତ ରହିଥିବା ବେଳେ ଥୁଆମୂଳ ରାମପୁର ଥାନା ଅଧିକାରୀ ଗୋବିନ୍ଦ ମାଝୀଙ୍କ ସମେତ କୋର୍ଟ ର ସମସ୍ତ କର୍ମଚାରୀ ଉପସ୍ଥିତ ରହିଥିଲେ।
Latest entries
ଜିଲ୍ଲା ଖବରOctober 22, 2026ପ୍ରେମୀ ଯୁଗଳ ମୃତ ଶବ ଉଦ୍ଧାର ,ହତ୍ୟା ସନ୍ଦେହ
ଜିଲ୍ଲା ଖବରOctober 22, 2026ଜିଲ୍ଲା ସ୍ତରୀୟ କଳାକାର ଚୟନ ପ୍ରକ୍ରିୟା ଆରମ୍ଭ
ଜିଲ୍ଲା ଖବରOctober 21, 2026ଦୁଆରସୁନି ଦୁର୍ଗାପୂଜା କମିଟି ପକ୍ଷରୁ ନୃତ୍ୟ ପ୍ରତିଯୋଗିତା ଓ ପ୍ରତିଭାବାନ ବ୍ୟକ୍ତିତ୍ୱଙ୍କୁ ସମ୍ବର୍ଦ୍ଧନା
ଜିଲ୍ଲା ଖବରOctober 20, 2026ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମରେ ମହାସମାରୋହରେ ସମ୍ପନ୍ନ ହେଲା ପ୍ରସିଦ୍ଧ ଛତର ଯାତ୍ରା

