ନ୍ୟୁଜଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି କଳା, ସଂସ୍କୃତି ଓ ଐତିହ୍ୟ ତଥା ପରମ୍ପରାକୁ ପିଢ଼ି ପରେ ପିଢ଼ି ବଞ୍ଚାଇ ରଖିଥିବା ଆଦିବାସୀ, ଜନଜାତିର ଅସ୍ମିତା ଓ ଆତ୍ମସମ୍ମାନ ରକ୍ଷା କରିବା ସହିତ ସେମାନଙ୍କ ଜୀବନ ଜୀବିକାରେ ସୁଧାର ପାଇଁ ରାଜ୍ୟ ସରକାର ପ୍ରତିଶୃତିବଦ୍ଧ, ଏ ଦିଗରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଗ୍ରଣୀ ଭୂମିକା ଗ୍ରହଣ କରିଛି। ଆଗାମୀ ଦିନରେ ସଶକ୍ତ ଆଦିବାସୀ ସମାଜ ଗଠନ ସହିତ ସମୃଦ୍ଧ ରାଜ୍ୟ ଗଠନରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବ ବୋଲି ଆଜି ସ୍ଥାନୀୟ ଟାଉନହଲଠାରେ ଆୟୋଜିତ ସ୍ୱତନ୍ତ୍ର ବୈଠକରେ ଅତିଥିମାନେ ମତବ୍ୟକ୍ତ କରିଛନ୍ତି।
କଳାହାଣ୍ଡି ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶିବାଜୀ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟଅତିଥି ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଉପଦେଷ୍ଟା ପ୍ରଦୀପ ମାଝୀ ଯୋଗଦେଇଥିବାବେଳେ ସମ୍ମାନିତ ଅତିଥି ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, ଧର୍ମଗଡ଼ ବିଧାୟକ ମୌଶଧି ବାଗ, ଲାଞ୍ଜିଗଡ ବିଧାୟକ ପ୍ରଦୀପ କୁମାର ଦିଶାରୀ, କଳାହାଣ୍ଡି ଜିଲ୍ଲାପାଳ ତଥା ସ୍ୱତନ୍ତ୍ର ଉନ୍ନୟନ ପରିଷଦର ମୁଖ୍ୟ ନିର୍ବାହୀ ଅଧିକାରୀ ପି. ଅନ୍ଵେଷା ରେଡ୍ଡୀ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ସୁଧୀରା ମେହେର, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ମଧୁଛନ୍ଦା ସାହୁ, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଉପାଧ୍ୟକ୍ଷା ସ୍ବର୍ଣ୍ଣ ଚମ୍ପା ମାଝୀ, ଭବାନୀପାଟଣା ପୌର ପରିଷଦ ଅଧ୍ୟକ୍ଷା ସଂଯୁକ୍ତା ବେହେରା ପ୍ରମୁଖ ଉପସ୍ଥିତ ରହିଥିଲେ। ଜିଲ୍ଲା ଯୋଜନା ସମ୍ମନ୍ଵୟ ବିଭାଗ ଉପ ନିର୍ଦ୍ଦେଶକ ଶ୍ରୀକାନ୍ତ ଦଳେଇ ସଭା ପରିଚାଳନା କରିଥିଲେ। ଏହି ଅବସରରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ବିଭିନ୍ନ ବର୍ଗର ଆଦିବାସୀ ଜନଜାତି ସମୁହର ବହୁସଂଖ୍ୟକ ପୁରୁଷ, ମହିଳା ଯୋଗଦେଇଥିଲେ।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

