ନ୍ୟୁଜଗ୍ୟାଲେରି,ଭବାନୀପାଟଣା: ଧର୍ମଗଡ ପଞ୍ଚାୟତ ମହାବିଦ୍ୟାଳୟ ପଡ଼ିଆ ଠାରେ ନୂଆ-ଓ ଛାତ୍ରବୃତ୍ତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିବା ସହ ନୂଆ-ଓ ଛାତ୍ରବୃତ୍ତିର ଉଦ୍ଧଘାଟନ କରିବା ସହ ଅନୁମୋଦନ ଆଦେଶ ବଣ୍ଟନ କରିଥିଲେ। ଏହି ଛାତ୍ରବୃତ୍ତି ସ୍ନାତକ ଓ ସ୍ନାତକୋତ୍ତର ଛାତ୍ରଛାତ୍ରୀଙ୍କ ପାଇଁ ଯେଉଁମାନଙ୍କର ପିତାମାତା ସ୍ଥାୟୀ ସରକାରୀ କର୍ମଚାରୀ ନୁହନ୍ତି କିମ୍ବା ଯେଉଁ ଅଭିଭାବକମାନେ ଆୟକର ଦିଅନ୍ତି ନାହିଁ ।
ସ୍ନାତକ ଓ ସ୍ନାତକୋତ୍ତର ର ପଢୁଥିବା ଛାତ୍ରଙ୍କୁ ୯ହଜାର ଓ ଛାତ୍ରୀଙ୍କ ପାଇଁ ୧୦ହଜାର ଟଙ୍କା ଛାତ୍ରବୃତ୍ତି ରାଶି ପ୍ରଦାନ କରାଯାଉଛି। ଅନୁସୂଚିତ ଜାତି, ଜନ ତଥା ନିର୍ମାଣ ଶ୍ରମିକ ଙ୍କ ପୁଅଙ୍କୁ ବାର୍ଷିକ ୧୦ ହଜାର ଓ ଝିଅ ଙ୍କୁ ୧୧ ହଜାର ଟଙ୍କା ଛାତ୍ର ବୃତ୍ତି ଦିଆଯାଉଛି। ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ଵବିଦ୍ୟାଳୟ,ମହାବିଦ୍ୟାଳୟ,ସରକାରୀ ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଏବଂ ବେସରକାରୀ ମହାବିଦ୍ୟାଳୟ ରେ ପଢୁଥିବା ଛାତ୍ର ଛାତ୍ରୀଙ୍କୁ ଏହି ବୃତ୍ତିରାଶି ସିଧା ସଳଖ ନିଜ ବ୍ୟାଙ୍କ୍ ଆକାଉଣ୍ଟ ଖାତା ରେ ପ୍ରଦାନ କରାଯାଉଛି।ଯୁବକମାନଙ୍କୁ ସଶକ୍ତି କରଣ,ନିଜର ଦକ୍ଷତା ବିକାଶ ତଥା ରାଜ୍ୟ ସମୃଦ୍ଧି ରେ ନିଜର ସହଭାଗିତା ଏବଂ ରୂପାନ୍ତରିତ କାର୍ଯ୍ୟ ପରିପେକ୍ଷିରେ ନୂଆ ଓ ଛାତ୍ର ବୃତ୍ତି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଛାତ୍ରବୃତ୍ତି ବଣ୍ଟନ ବ୍ୟତୀତ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ମାର୍ଚ୍ଚ ୫ ତାରିଖରେ ନବୀନ ଓଡ଼ିଶା ମ୍ୟାଜିକ୍ କାର୍ଡ ର ଶୁଭାରମ୍ଭ କରାଯିବ । ମୂଳତଃ ଏହି ମ୍ୟାଜିକ୍ କାର୍ଡ , ଉଭୟ ସ୍ନାତକ ଓ ସ୍ନାତକୋତ୍ତର ପ୍ରତ୍ୟେକ ଛାତ୍ରଙ୍କ ପାଇଁ ଉଦ୍ଧିଷ୍ଟ। ଏହି କାର୍ଡ୍ ରହିବ
1. ୱାଇଫାଇ ଆକସେସ୍
୨. ବହି କିଣିବାରେ ରିହାତି
୩. ଯାତ୍ରାରେ ରିହାତି (ବସ୍/ଟ୍ରେନ୍)
୪. ଅନଲାଇନ୍ କ୍ଲାସରୁମ୍ ର ସୁବିଧା
୫. ଅନଲାଇନ୍ କ୍ୟାରିୟର କାଉନସେଲିଂ
୬. ଫୋନ୍ ପାଇଁ ରିଚାର୍ଜ କରିବା
ମ୍ୟାଜିକ୍ କାର୍ଡ ହେଉଛି ଆଧାର କାର୍ଡ, ଯଦି ଛାତ୍ର ଭଲ ପ୍ରଦର୍ଶନ କରେ ତେବେ ସେମାନଙ୍କୁ ସିଲଭର କାର୍ଡ ଅପଗ୍ରେଡ୍ କରାଯାଇପାରିବ, ପରେ ଗୋଲ୍ଡେନ୍ ଏବଂ ତା’ପରେ ପ୍ଲାଟିନମ୍ କାର୍ଡ ଯାହା ଦ୍ୱାରା ସେମାନେ ସେମାନଙ୍କ ଅଧ୍ୟୟନ ଖର୍ଚ୍ଚ ପରିଚାଳନା କରିପାରିବେ ।
ଏହି ଛାତ୍ରବୃତ୍ତି କାର୍ଯ୍ୟକ୍ରମ ଜରିଆରେ କଳାହାଣ୍ଡି ଜିଲ୍ଲାରେ ୩୩ ଟି କଲେଜ ରୁ ୧୩,୦୭୪ ଜଣ ଛାତ୍ରଛାତ୍ରୀଙ୍କୁ ୧୨,୯୩,୫୯,୦୦୦ ଟଙ୍କା ଛାତ୍ର ବୃତ୍ତି ପ୍ରଦାନ କରାଯାଉଛି। ଏମାନଙ୍କ ମଧ୍ୟରୁ ୬୯୯୩ ଜଣ ଛାତ୍ର ଏବଂ ୬୦୮୧ ଜଣ ଛାତ୍ରୀ ଅଟନ୍ତି।ମଞ୍ଚରେ ୫ଟି ଅଧ୍ୟକ୍ଷ ୧୩ ଜଣ ଛାତ୍ର ଛାତ୍ରୀ ଙ୍କୁ ଛାତ୍ରବୃତ୍ତି ପ୍ରଦାନ କରିଥିଲେ।
Latest entries
ଜିଲ୍ଲା ଖବରJanuary 16, 2026ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଯୁବ-ଛାତ୍ର ବିଜେଡିର ସାମ୍ବାଦିକ ସମ୍ମିଳନୀ
ଜିଲ୍ଲା ଖବରJanuary 15, 2026ମା ମାଣିକେଶ୍ୱରୀ ମନ୍ଦିର ରୁ ବାହାରିଲା ମଶାଲ ଯାତ୍ରା
ଜିଲ୍ଲା ଖବରJanuary 13, 2026୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ ଉପଲକ୍ଷେ ଜିଲ୍ଲା ସ୍ତରୀୟ ବ୍ୟାଡ଼ମିଣ୍ଟନ ଖେଳ ପ୍ରତିଯୋଗିତା
ଜିଲ୍ଲା ଖବରJanuary 12, 2026କବି ବିରଞ୍ଚି ନାରାୟଣ ଦରୱାନଙ୍କ କବିତା ବହି “ସାରା ଆକାଶ ତମର” ଲୋକାର୍ପିତ

