ନ୍ୟୁଜଗ୍ୟାଲେରି,ଭବାନୀପାଟଣା: ଧର୍ମଗଡ ପଞ୍ଚାୟତ ମହାବିଦ୍ୟାଳୟ ପଡ଼ିଆ ଠାରେ ନୂଆ-ଓ ଛାତ୍ରବୃତ୍ତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିବା ସହ ନୂଆ-ଓ ଛାତ୍ରବୃତ୍ତିର ଉଦ୍ଧଘାଟନ କରିବା ସହ ଅନୁମୋଦନ ଆଦେଶ ବଣ୍ଟନ କରିଥିଲେ। ଏହି ଛାତ୍ରବୃତ୍ତି ସ୍ନାତକ ଓ ସ୍ନାତକୋତ୍ତର ଛାତ୍ରଛାତ୍ରୀଙ୍କ ପାଇଁ ଯେଉଁମାନଙ୍କର ପିତାମାତା ସ୍ଥାୟୀ ସରକାରୀ କର୍ମଚାରୀ ନୁହନ୍ତି କିମ୍ବା ଯେଉଁ ଅଭିଭାବକମାନେ ଆୟକର ଦିଅନ୍ତି ନାହିଁ ।
ସ୍ନାତକ ଓ ସ୍ନାତକୋତ୍ତର ର ପଢୁଥିବା ଛାତ୍ରଙ୍କୁ ୯ହଜାର ଓ ଛାତ୍ରୀଙ୍କ ପାଇଁ ୧୦ହଜାର ଟଙ୍କା ଛାତ୍ରବୃତ୍ତି ରାଶି ପ୍ରଦାନ କରାଯାଉଛି। ଅନୁସୂଚିତ ଜାତି, ଜନ ତଥା ନିର୍ମାଣ ଶ୍ରମିକ ଙ୍କ ପୁଅଙ୍କୁ ବାର୍ଷିକ ୧୦ ହଜାର ଓ ଝିଅ ଙ୍କୁ ୧୧ ହଜାର ଟଙ୍କା ଛାତ୍ର ବୃତ୍ତି ଦିଆଯାଉଛି। ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ଵବିଦ୍ୟାଳୟ,ମହାବିଦ୍ୟାଳୟ,ସରକାରୀ ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଏବଂ ବେସରକାରୀ ମହାବିଦ୍ୟାଳୟ ରେ ପଢୁଥିବା ଛାତ୍ର ଛାତ୍ରୀଙ୍କୁ ଏହି ବୃତ୍ତିରାଶି ସିଧା ସଳଖ ନିଜ ବ୍ୟାଙ୍କ୍ ଆକାଉଣ୍ଟ ଖାତା ରେ ପ୍ରଦାନ କରାଯାଉଛି।ଯୁବକମାନଙ୍କୁ ସଶକ୍ତି କରଣ,ନିଜର ଦକ୍ଷତା ବିକାଶ ତଥା ରାଜ୍ୟ ସମୃଦ୍ଧି ରେ ନିଜର ସହଭାଗିତା ଏବଂ ରୂପାନ୍ତରିତ କାର୍ଯ୍ୟ ପରିପେକ୍ଷିରେ ନୂଆ ଓ ଛାତ୍ର ବୃତ୍ତି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଛାତ୍ରବୃତ୍ତି ବଣ୍ଟନ ବ୍ୟତୀତ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ମାର୍ଚ୍ଚ ୫ ତାରିଖରେ ନବୀନ ଓଡ଼ିଶା ମ୍ୟାଜିକ୍ କାର୍ଡ ର ଶୁଭାରମ୍ଭ କରାଯିବ । ମୂଳତଃ ଏହି ମ୍ୟାଜିକ୍ କାର୍ଡ , ଉଭୟ ସ୍ନାତକ ଓ ସ୍ନାତକୋତ୍ତର ପ୍ରତ୍ୟେକ ଛାତ୍ରଙ୍କ ପାଇଁ ଉଦ୍ଧିଷ୍ଟ। ଏହି କାର୍ଡ୍ ରହିବ
1. ୱାଇଫାଇ ଆକସେସ୍
୨. ବହି କିଣିବାରେ ରିହାତି
୩. ଯାତ୍ରାରେ ରିହାତି (ବସ୍/ଟ୍ରେନ୍)
୪. ଅନଲାଇନ୍ କ୍ଲାସରୁମ୍ ର ସୁବିଧା
୫. ଅନଲାଇନ୍ କ୍ୟାରିୟର କାଉନସେଲିଂ
୬. ଫୋନ୍ ପାଇଁ ରିଚାର୍ଜ କରିବା
ମ୍ୟାଜିକ୍ କାର୍ଡ ହେଉଛି ଆଧାର କାର୍ଡ, ଯଦି ଛାତ୍ର ଭଲ ପ୍ରଦର୍ଶନ କରେ ତେବେ ସେମାନଙ୍କୁ ସିଲଭର କାର୍ଡ ଅପଗ୍ରେଡ୍ କରାଯାଇପାରିବ, ପରେ ଗୋଲ୍ଡେନ୍ ଏବଂ ତା’ପରେ ପ୍ଲାଟିନମ୍ କାର୍ଡ ଯାହା ଦ୍ୱାରା ସେମାନେ ସେମାନଙ୍କ ଅଧ୍ୟୟନ ଖର୍ଚ୍ଚ ପରିଚାଳନା କରିପାରିବେ ।
ଏହି ଛାତ୍ରବୃତ୍ତି କାର୍ଯ୍ୟକ୍ରମ ଜରିଆରେ କଳାହାଣ୍ଡି ଜିଲ୍ଲାରେ ୩୩ ଟି କଲେଜ ରୁ ୧୩,୦୭୪ ଜଣ ଛାତ୍ରଛାତ୍ରୀଙ୍କୁ ୧୨,୯୩,୫୯,୦୦୦ ଟଙ୍କା ଛାତ୍ର ବୃତ୍ତି ପ୍ରଦାନ କରାଯାଉଛି। ଏମାନଙ୍କ ମଧ୍ୟରୁ ୬୯୯୩ ଜଣ ଛାତ୍ର ଏବଂ ୬୦୮୧ ଜଣ ଛାତ୍ରୀ ଅଟନ୍ତି।ମଞ୍ଚରେ ୫ଟି ଅଧ୍ୟକ୍ଷ ୧୩ ଜଣ ଛାତ୍ର ଛାତ୍ରୀ ଙ୍କୁ ଛାତ୍ରବୃତ୍ତି ପ୍ରଦାନ କରିଥିଲେ।
Latest entries
ଜିଲ୍ଲା ଖବରAugust 22, 2026ଭବାନୀପାଟଣା ଟାଉନ ଫୁଟବଲ ଲିଗ ଉଦଘାଟିତ
ଜିଲ୍ଲା ଖବରAugust 21, 2026ହାଇଦ୍ରାବାଦରୁ ଟିକେଟ୍ କାଟି ଅଧା ରାସ୍ତାରେ ଫସିଲେ ଯାତ୍ରୀ ଘରୋଇ ବସର ଦାଦାଗିରି
ଜିଲ୍ଲା ଖବରAugust 20, 2026ପୂର୍ବତନ ଲାଞ୍ଜିଗଡ଼ ବିଧାୟକ ତଥା ପୂର୍ବତନ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶିବାଜୀ ମାଝୀଙ୍କୁ ବିଜୁ ଜନତା ଦଳ ପକ୍ଷରୁ ଶ୍ରଦ୍ଧାଞ୍ଜଳି
ଜିଲ୍ଲା ଖବରAugust 20, 2026ଲଳିତ ଇଲେକ୍ଟ୍ରୋନିକ୍ସ ପକ୍ଷରୁ ବିଶ୍ୱ ଫଟୋଗ୍ରାଫି ଦିବସ ପାଳିତ

