ନ୍ୟୁଜ ଗ୍ୟାଲେରି, କଳାହାଣ୍ଡି: ଭିଜିଲାନ୍ସ ଜାଲରେ କଲାହାଣ୍ଡି ଜିଲ୍ଲା ଗୋଳମୁଣ୍ଡା ବ୍ଲକ ଲେତେର ତ୍ରିଶକ୍ତି ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ। ୫ଟି କାମର ବିଲ ପାସ କରିଦେବା ପାଇଁ ସ୍କୁଲ ର ପ୍ରଧାନଶିକ୍ଷକ ଦ୍ରୋଣ ତାଣ୍ଡି ଠିକାଦାର ଜୟରାମ ସାହୁଙ୍କ ଠାରୁ ୪୦ ହଜ଼ାର ଟଙ୍କା ଲାଞ୍ଚ ନେଉଥିବାବେଳେ ଠିକ ଏହି ସମୟରେ ଭିଜିଲାନ୍ସ ବିଭାଗ ହାବୁଡ଼ରେ ପଡିଯାଇଥିଲେ। ଭିଜିଲାନ୍ସ ପକ୍ଷରୁ ଏକକାଳୀନ ସ୍କୁଲ ଅଫିସ ଓ ତାଙ୍କ ଘରେ ଚଡାଉ କରିଥିବା ଜଣାପଡିଛି। କୋରାପୁଟ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରିଥିବା ବେଳେ ପ୍ରଧାନଶିକ୍ଷକ ଦ୍ରୋଣ ତାଣ୍ଡିଙ୍କ କାଗଜପତ୍ର ଯାଞ୍ଚ କରାଯାଉଥିବା ଜଣାପଡିଛି। ତେବେ ବର୍ତ୍ତମାନ ଯାଞ୍ଚ ପ୍ରକ୍ରିୟା ଚାଲି ରହିଥିବା ଭିଜିଲାନ୍ସ ବିଭାଗ ପକ୍ଷରୁ ସୂଚନା ଦେଇଛନ୍ତି।
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

