ନ୍ୟୁଜ ଗ୍ୟାଲେରି, କଳାହାଣ୍ଡି: ଭିଜିଲାନ୍ସ ଜାଲରେ କଲାହାଣ୍ଡି ଜିଲ୍ଲା ଗୋଳମୁଣ୍ଡା ବ୍ଲକ ଲେତେର ତ୍ରିଶକ୍ତି ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ। ୫ଟି କାମର ବିଲ ପାସ କରିଦେବା ପାଇଁ ସ୍କୁଲ ର ପ୍ରଧାନଶିକ୍ଷକ ଦ୍ରୋଣ ତାଣ୍ଡି ଠିକାଦାର ଜୟରାମ ସାହୁଙ୍କ ଠାରୁ ୪୦ ହଜ଼ାର ଟଙ୍କା ଲାଞ୍ଚ ନେଉଥିବାବେଳେ ଠିକ ଏହି ସମୟରେ ଭିଜିଲାନ୍ସ ବିଭାଗ ହାବୁଡ଼ରେ ପଡିଯାଇଥିଲେ। ଭିଜିଲାନ୍ସ ପକ୍ଷରୁ ଏକକାଳୀନ ସ୍କୁଲ ଅଫିସ ଓ ତାଙ୍କ ଘରେ ଚଡାଉ କରିଥିବା ଜଣାପଡିଛି। କୋରାପୁଟ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରିଥିବା ବେଳେ ପ୍ରଧାନଶିକ୍ଷକ ଦ୍ରୋଣ ତାଣ୍ଡିଙ୍କ କାଗଜପତ୍ର ଯାଞ୍ଚ କରାଯାଉଥିବା ଜଣାପଡିଛି। ତେବେ ବର୍ତ୍ତମାନ ଯାଞ୍ଚ ପ୍ରକ୍ରିୟା ଚାଲି ରହିଥିବା ଭିଜିଲାନ୍ସ ବିଭାଗ ପକ୍ଷରୁ ସୂଚନା ଦେଇଛନ୍ତି।
Latest entries
ଜିଲ୍ଲା ଖବରOctober 22, 2026ପ୍ରେମୀ ଯୁଗଳ ମୃତ ଶବ ଉଦ୍ଧାର ,ହତ୍ୟା ସନ୍ଦେହ
ଜିଲ୍ଲା ଖବରOctober 22, 2026ଜିଲ୍ଲା ସ୍ତରୀୟ କଳାକାର ଚୟନ ପ୍ରକ୍ରିୟା ଆରମ୍ଭ
ଜିଲ୍ଲା ଖବରOctober 21, 2026ଦୁଆରସୁନି ଦୁର୍ଗାପୂଜା କମିଟି ପକ୍ଷରୁ ନୃତ୍ୟ ପ୍ରତିଯୋଗିତା ଓ ପ୍ରତିଭାବାନ ବ୍ୟକ୍ତିତ୍ୱଙ୍କୁ ସମ୍ବର୍ଦ୍ଧନା
ଜିଲ୍ଲା ଖବରOctober 20, 2026ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମରେ ମହାସମାରୋହରେ ସମ୍ପନ୍ନ ହେଲା ପ୍ରସିଦ୍ଧ ଛତର ଯାତ୍ରା

