ନ୍ୟୁଜ ଗ୍ୟାଲେରି: ଭୁବନେଶ୍ୱର, ପଶ୍ଚିମବଙ୍ଗର ନୂଆ ଜଲ୍ ପାଇଗୁଡ଼ି ଠାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇ ଥିବା ବ୍ୟକ୍ତିମାନଙ୍କ ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହି ଘଟଣା ଅତ୍ୟନ୍ତ ଦୁଃଖଦାୟକ ବୋଲି କହିବା ସହିତ ମୃତ ବ୍ୟକ୍ତିଙ୍କ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ।
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆହତ ବ୍ୟକ୍ତିମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଥିବା ବେଳେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ ୧୦ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି। ଏଥିସହ ଗୁରୁତରଙ୍କୁ ଅଢ଼େଇ ଲକ୍ଷ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି।
ସେ ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲ ଏକ୍ସରେ ଲେଖିଛନ୍ତି, “ଏନଏଫଆର ଜୋନରେ ଏକ ଦୁର୍ଭାଗ୍ୟଜନକ ଦୁର୍ଘଟଣା ଘଟିଛି । ଯୁଦ୍ଧକାଳୀନ ସ୍ତରରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ରେଳବାଇ, ଏନଡିଆରଏଫ ଓ ଏସଡିଆରଏଫ ମିଳିତ ଭାବେ କାମ କରୁଛନ୍ତି ଏବଂ ଆହତମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
Latest entries
ଜିଲ୍ଲା ଖବରOctober 14, 2026ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ, ଜେନାଖାଲ ପରିଦର୍ଶନ କଲେ ଜିଲ୍ଲାପାଳ
ଜିଲ୍ଲା ଖବରOctober 14, 2026ଅନ୍ତର୍ଜାତୀୟ ସମ୍ମିଳନୀରେ ଗବେଷଣାପତ୍ର ଉପସ୍ଥାପନ କରିବେ କଳାହାଣ୍ଡିର ଗବେଷକ ସୁଧୀର ଧଙ୍ଗଡ଼ାମାଝୀ
ଜିଲ୍ଲା ଖବରOctober 14, 2026ଅଗ୍ରସେନ ଜୟନ୍ତୀ ସମାଜ ମଙ୍ଗଳ ଓ ଏକତାର ବାର୍ତ୍ତା ଦେଲା ମାରୱାଡ଼ି ସମାଜ
ଜିଲ୍ଲା ଖବରOctober 9, 2026କଳାହାଣ୍ଡିରେ ଇଣ୍ଡିଆ ମେଣ୍ଟର ବନ୍ଦ ସଫଳ

