ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ଭବାନୀପାଟଣା ଡ ବିଶ୍ବଜିତ ଦାସ, ଆଇ ଏ ଏସ ଟ୍ରେନିଂ ଅଧିକାରୀ କସ୍ତୁରୀ ପଣ୍ଡା, ଏସ୍ ଡି ପି ଓ କେସିଙ୍ଗା ବିନୋଦ ପାଟିଲ ଏଚ୍, ବ୍ଲକ ଅଧ୍ୟକ୍ଷା କମଳା ପାତ୍ର,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାମୟ ପାଢ଼ୀ, ବି ଡି ଓ ଶଶାଙ୍କ ପାତ୍ର, ତହସିଲଦାର କିରଣ ମହାନ୍ତି ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୧୭୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୫୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୧ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୨ଜଣ ଙ୍କୁ ଆବେଦନ ସହାୟତା ମଞ୍ଜୁର କରାଯାଇଥିଲା
Latest entries
ଜିଲ୍ଲା ଖବରSeptember 7, 2026ଉମା ଶଙ୍କର କର ଙ୍କ ୨ଟି ପୁସ୍ତକ ଲୋକାର୍ପିତ
ଜିଲ୍ଲା ଖବରSeptember 7, 2026ବିଜେଡି ଟାଉନ ସଭାପତି ହେଲେ ଧବଳେଶ୍ବର ମହାପାତ୍ର
ଜିଲ୍ଲା ଖବରSeptember 6, 2026ଛାତ୍ର ଙ୍କର ସାମଗ୍ରୀକ ବିକାଶ ରେ ଗୁରୁଙ୍କ ଭୂମିକା ଅତୁଳନୀୟ
ଜିଲ୍ଲା ଖବରSeptember 5, 2026କଳାହାଣ୍ଡି ଜିଲ୍ଲା ସି.ଟି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ୨୯ତମ ଗୁରୁ ଦିବସ ମହା ସମାରୋହ

