ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ଭବାନୀପାଟଣା ଡ ବିଶ୍ବଜିତ ଦାସ, ଆଇ ଏ ଏସ ଟ୍ରେନିଂ ଅଧିକାରୀ କସ୍ତୁରୀ ପଣ୍ଡା, ଏସ୍ ଡି ପି ଓ କେସିଙ୍ଗା ବିନୋଦ ପାଟିଲ ଏଚ୍, ବ୍ଲକ ଅଧ୍ୟକ୍ଷା କମଳା ପାତ୍ର,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାମୟ ପାଢ଼ୀ, ବି ଡି ଓ ଶଶାଙ୍କ ପାତ୍ର, ତହସିଲଦାର କିରଣ ମହାନ୍ତି ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୧୭୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୫୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୧ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୨ଜଣ ଙ୍କୁ ଆବେଦନ ସହାୟତା ମଞ୍ଜୁର କରାଯାଇଥିଲା
Latest entries
ଜିଲ୍ଲା ଖବରOctober 22, 2026ପ୍ରେମୀ ଯୁଗଳ ମୃତ ଶବ ଉଦ୍ଧାର ,ହତ୍ୟା ସନ୍ଦେହ
ଜିଲ୍ଲା ଖବରOctober 22, 2026ଜିଲ୍ଲା ସ୍ତରୀୟ କଳାକାର ଚୟନ ପ୍ରକ୍ରିୟା ଆରମ୍ଭ
ଜିଲ୍ଲା ଖବରOctober 21, 2026ଦୁଆରସୁନି ଦୁର୍ଗାପୂଜା କମିଟି ପକ୍ଷରୁ ନୃତ୍ୟ ପ୍ରତିଯୋଗିତା ଓ ପ୍ରତିଭାବାନ ବ୍ୟକ୍ତିତ୍ୱଙ୍କୁ ସମ୍ବର୍ଦ୍ଧନା
ଜିଲ୍ଲା ଖବରOctober 20, 2026ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମରେ ମହାସମାରୋହରେ ସମ୍ପନ୍ନ ହେଲା ପ୍ରସିଦ୍ଧ ଛତର ଯାତ୍ରା

