ନ୍ୟୁଜ ଗ୍ୟାଲେରି, କଳାହାଣ୍ଡି: ଧର୍ମଗଡ ବ୍ଲକସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଓ ଆରକ୍ଷୀ ଅଧ୍ୟକ୍ଷକ ଅଭିଳାଷ ଜି ଙ୍କ ଅଧ୍ୟକ୍ଷତାରେ ଏକ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ଧର୍ମଗଡ ଧୀମନ୍ ଚକମା, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାମୟ ପାଢ଼ୀ ବ୍ଲକ ଅଧ୍ୟକ୍ଷା ବବିତା ପାଟ୍ଟଯୋଶୀ,ବି ଡି ଓ ଶରତ ପାତ୍ର ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୩୯ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୮ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୩ଜଣ ଙ୍କୁ ଏବଂ ରେଡକ୍ରସ ପାଣ୍ଠି ରୁ ଗୋଟିଏ ଜଣଙ୍କୁ ଆବେଦନ ସହାୟତା ମଞ୍ଜୁର କରାଯାଇଥିଲା ।
Latest entries
ଜିଲ୍ଲା ଖବରJanuary 16, 2026ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଯୁବ-ଛାତ୍ର ବିଜେଡିର ସାମ୍ବାଦିକ ସମ୍ମିଳନୀ
ଜିଲ୍ଲା ଖବରJanuary 15, 2026ମା ମାଣିକେଶ୍ୱରୀ ମନ୍ଦିର ରୁ ବାହାରିଲା ମଶାଲ ଯାତ୍ରା
ଜିଲ୍ଲା ଖବରJanuary 13, 2026୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ ଉପଲକ୍ଷେ ଜିଲ୍ଲା ସ୍ତରୀୟ ବ୍ୟାଡ଼ମିଣ୍ଟନ ଖେଳ ପ୍ରତିଯୋଗିତା
ଜିଲ୍ଲା ଖବରJanuary 12, 2026କବି ବିରଞ୍ଚି ନାରାୟଣ ଦରୱାନଙ୍କ କବିତା ବହି “ସାରା ଆକାଶ ତମର” ଲୋକାର୍ପିତ

