ନ୍ୟୁଜ ଗ୍ୟାଲେରି, ଭବାନୀପାଟଣା: ରାଜ୍ୟ ସରକାର ରାଜ୍ୟରେ ୨୦ ଜଣ ନୂଆ ଜିଲ୍ଲାପାଳ ଙ୍କୁ ଅଦଳ ବଦଳ ନିଯୁକ୍ତି ଘୋଷଣା କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଏହି ଅଦଳବଦଳ ଯୋଗୁଁ ଅନେକ ଗୁରୁତ୍ୱପୂର୍ଣ୍ଣ ବଦଳି ଓ ନିଯୁକ୍ତି ମିଳିଛି। କଳାହାଣ୍ଡିଜିଲ୍ଲା ରେ ପୂର୍ବରୁ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ କାର୍ଯ୍ୟ ରତ ଥିଲେ ପାୱାର ସଚିନ ପ୍ରକାଶ ଙ୍କୁ ନୂତନ କଳାହାଣ୍ଡି ଜିଲ୍ଲାପାଳ ଭାବେ ଦାଇତ୍ୱ ଦିଆଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କୁ ଯାଜପୁର ଜିଲ୍ଲାପାଳ ଦାଇତ୍ୱ ପ୍ରଦାନ କରାଯାଇଛି। ତାଙ୍କ ଯାଗାରେ ୨୦୧୯ ବ୍ୟାଚର ଆଇଏଏସ୍ ଅଧିକାରୀ ତଥା ମାଲକାନଗିରି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶଙ୍କୁ କଳାହାଣ୍ଡିର ନୂତନ ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି। ତେବେ ପି. ଅନ୍ୱେଷା ରେଡ୍ଡୀ କଳାହାଣ୍ଡି ଜିଲ୍ଲାପାଳ ଭାବେ ଅତି ନିଷ୍ଠାର ସହ ନିଜ ଦାୟିତ୍ୱ ସଂପାଦନ କରିଥିଲେ । ନୂତନ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ମଧ୍ୟ କଳାହାଣ୍ଡିର ବିକାଶ ଦିଗରେ କାର୍ଯ୍ୟ କରିବେ ବୋଲି ଆଶା ବ୍ୟକ୍ତ କରିଛନ୍ତି ଜିଲ୍ଲାବାସୀ।
Latest entries
ଜିଲ୍ଲା ଖବରJanuary 16, 2026ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଯୁବ-ଛାତ୍ର ବିଜେଡିର ସାମ୍ବାଦିକ ସମ୍ମିଳନୀ
ଜିଲ୍ଲା ଖବରJanuary 15, 2026ମା ମାଣିକେଶ୍ୱରୀ ମନ୍ଦିର ରୁ ବାହାରିଲା ମଶାଲ ଯାତ୍ରା
ଜିଲ୍ଲା ଖବରJanuary 13, 2026୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ ଉପଲକ୍ଷେ ଜିଲ୍ଲା ସ୍ତରୀୟ ବ୍ୟାଡ଼ମିଣ୍ଟନ ଖେଳ ପ୍ରତିଯୋଗିତା
ଜିଲ୍ଲା ଖବରJanuary 12, 2026କବି ବିରଞ୍ଚି ନାରାୟଣ ଦରୱାନଙ୍କ କବିତା ବହି “ସାରା ଆକାଶ ତମର” ଲୋକାର୍ପିତ

