ନ୍ୟୁଜ ଗ୍ୟାଲେରି,ଭବାନୀପାଟଣା: ଥାଇଲାଣ୍ଡର ବ୍ୟାଙ୍କକସ୍ଥିତ ଏସିଆନ ଇଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜିରେ ଗତ ଜୁଲାଇ ୩୦ ତାରିଖରୁ ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ବିଜନେସ ଓ ମ୍ୟାନେଜମେଣ୍ଟ ଉପରେ ଇଣ୍ଟର ନେସନାଲ ଏଜୁକେସନ ଇନୋଭେସନ କ୍ୟାମ୍ପ ଅନୁଷ୍ଠିତ ହୋଇଥିଲା । ଏଥିରେ ଭାରତରୁ ୬୫ ଜଣ ଏମବିଏ ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ ।
ଏଥିରେ ବିଶ୍ବର ବିଭିନ୍ନ ବିଶ୍ବବିଦ୍ୟାଳୟ ମ୍ୟାନେଜମେଣ୍ଟ ପ୍ରଫେସରମାନେ ଯୋଗ ଦେଇଥିଲେ । ବିଜନେସ ଓ ଏଆଇ, ଡ଼ିଜିଟାଲ ମାର୍କେଟିଂ, ଆମଦାନୀ ଓ ରପ୍ତାନୀ, ବିଜନେସ ଇନୋଭେସନ, ଉଦ୍ୟୋଗ ଓ କାରିଗରୀ କୈାଶଳ ସମେତ ବ୍ୟବସାୟୀକ ବିଭିନ୍ନ ଦିଗ ଉପରେ ଏହି ଶିବିରରେ ତାଲିମ ଦିଆଯାଇଥିଲା । ଏହି ଟିମରେ କଳାହାଣ୍ଡି ଜିଲ୍ଲାର ଜୁନାଗଡ ବ୍ଲକ ଅର୍ନ୍ତଗତ ଭଇରିଗୁଡା ଗ୍ରାମର ମିଲନ କୁମାର ବିଶି ସାମିଲ ହୋଇଥିଲେ । ବର୍ତ୍ତମାନ ସେ ବେଙ୍ଗାଲୁରୁ ସ୍ଥିତ ନିଟି ବିଶ୍ବବିଦ୍ୟାଳୟରେ ଏମବିଏ ମ୍ୟାନେଜମେଣ୍ଟ ଛାତ୍ରଭାବେ ଅଧ୍ୟୟନ କରୁଛନ୍ତି । ସେ ବରିଷ୍ଟ ସାମ୍ବାଦିକ ଦେବେନ୍ଦ୍ର କୁମାର ବିଶି ଓ ବନଶ୍ରୀ ବିଶିଙ୍କ ଶୁପୁତ୍ର ଅଟନ୍ତି । ଏନେଇ ଜିଲ୍ଲା ବୁଦ୍ଧିଯିବି ଜନସାଧାରଣ ଙ୍କ ମହଲରେ ଅଭିନନ୍ଦନ ଜ୍ଞାପନ କରିଛନ୍ତି ।

Latest entries
ଜିଲ୍ଲା ଖବରJuly 1, 2025ବିକଶିତ କଳାହାଣ୍ଡି ନୂଆପଡା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ ।
ରାଜ୍ୟ ଜିଲ୍ଲା ଖବରJune 30, 2025ରାୟଗଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ “ସଙ୍କୁଳ ସୁରୀୟ ମେଧାବୀ ଅଭିନନ୍ଦନ” କାର୍ଯ୍ୟକ୍ରମ ଅନୁଷ୍ଠିତ
ଜିଲ୍ଲା ଖବରJune 28, 2025ଯାଦବ ସମ୍ପ୍ରଦାୟ କୁ ବିବାଦୀୟ ମନ୍ତବ୍ୟ ଘଟଣା କୁ ନେଇ ମାମଲା ରୁଜୁ
ଜିଲ୍ଲା ଖବରJune 28, 2025ଜିଲ୍ଲା ସ୍ତରୀୟ ମ୍ୟାଲେରିଆ,ଡେଙ୍ଗୁ,ଡାଇରିଆ ନିରାକରଣ, ଅନ୍ତ ବିଭାଗୀୟ ଏକାଭିମୁଖୀ ବୈଠକ